ରାଜ୍ୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧ ମୃତ – Ibnodisha

[ad_1]

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ହସନପୁର ଟୋଲ୍‌ ଗେଟ୍‌ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଡିଭାଇଡରରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ଘଟଗାଁ ଅଞ୍ଚଳର ବୋଲି ଜଣାଯାଇଛି। ଏକ କାର୍‌ରେ ଦୁଇ ଜଣ ବ୍ୟକ୍ତି ପାରାଦୀପରୁ ଘଟଗାଁ ଫେରୁଥିଲେ। ଏହି ସମୟରେ ହସନପୁର ଟୋଲ୍‌ ଗେଟ୍‌ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ କାର୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button