ଦେଶରାଜନୀତିରାଜ୍ୟ

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ: ସଂସଦ ଭବନ ସେଣ୍ଟ୍ରାଲ୍ ହଲରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଦେଶର ୧୪ ତମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାଯର୍ୟକାଳ ଆସନ୍ତାକାଲି ଶେଷ ହେବାକୁ ଥିବା ବେଳେ, ଏହାର ଅବ୍ୟବହିତ ପୂର୍ବରୁ ଉଭୟ ଲୋକସଭା ଓ ରାଜ୍ୟସଭା ସାଂସଦମାନେ ମିଳିତ ଭାବେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ, ଲୋକସଭା ବାଚସ୍ପତି ଓମ୍ ବିର୍ଲା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ପ୍ରମୁଖ । ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବିଦାୟ ଅଭିଭାଷଣ ବେଳେ ବିଗତ ୫ ବର୍ଷର ଅନୁଭୂତି ଓ ଉପଲବ୍ଧିକୁ ମନେ ପକାଇ ଭାବବିହ୍ୱଳ ହୋଇପଡ଼ିଥିଲେ ରାଷ୍ଟ୍ରପତି କୋବିନ୍ଦ। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭବ୍ୟ ନୈଶ ଭୋଜି ଦେଇ ଆପ୍ୟାୟିତ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button