ଭିଜିଲାନ୍ସ ଜାଲରେ ଆର୍ଆଇ – Ibnodisha
[ad_1]
ଭଦ୍ରକ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭଦ୍ରକ ଜିଲ୍ଲା ବନ୍ତ ତହସିଲର କେନ୍ଦୁଆପଦା ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ଜେନା । ସେ ଆଜି ଜଣେ ବ୍ୟକ୍ତିଙ୍କ ଠାରୁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ । ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା । ଖାନାବାଡ଼ି ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ଚାଷ ଜମିକୁ ଘରବାଡ଼ି ପଟ୍ଟାରେ ପରିବର୍ତ୍ତନ କରିବା ପାଇଁ କେନ୍ଦୁଆପଦା ଆରଆଇ ଅଫିସରେ ଆବେଦନ କରିଥିଲେ ।
କିନ୍ତୁ ଆରଆଇ ଶରତ କୁମାର ଜେନା ତାଙ୍କୁ ୯ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଉକ୍ତ ବ୍ୟକ୍ତି ଜଣଙ୍କ ଏ ସଂପର୍କରେ ଭିଜିଲାନ୍ସକୁ ଜଣାଇଥିଲେ । ଏହା ପରେ ଯୋଜନା ମୁତାବକ ଆଜି ସେ ଆରଆଇ ଶରତ କୁମାର ଜେନାଙ୍କୁ ୯ ହଜାର ଟଙ୍କା ଲାଞ୍ଚ ଦେଇଥିଲେ । ଶରତ କୁମାର ଜେନା ଲାଞ୍ଚ ନେବା ବେଳେ ପୂର୍ବରୁ ଜଗି ରହିଥିବା ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସର ଏକ ଟିମ୍ ତାଙ୍କୁ ଧରିଥିଲା । ଲାଞ୍ଚ ନେଇ ଧରାପଡ଼ିବା ପରେ ଆରଆଇ ଶରତ କୁମାର ଜେନାଙ୍କ କାର୍ଯ୍ୟାଳୟ ଓ ଘର ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ କରାଯାଉଛି ।
[ad_2]