ରାଜ୍ୟ

ଆସନ୍ତା ୨୬ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗର ସୄଚନା – Ibnodisha

[ad_1]

ଭୁବନେଶ୍ୱର: କୋହଲା ପାଗକୁ ବର୍ଷା । ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲି ଠାରୁ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା ।

ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଯାହା ଜନଜୀବନକୁ କିଛି ମାତ୍ରାରେ ପ୍ରଭାବିତ କରିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button