ରାଜ୍ୟ

୨୫ ଯାଏଁ ଉପକୂଳରେ ବର୍ଷା ସମ୍ଭାବନା – Ibnodisha

[ad_1]

ଭୁବନେଶ୍ୱର: ଗୁରୁଚାପ ବଳୟ ପ୍ରଭାବାରେ ସାରା ରାଜ୍ୟରେ ଲାଗି ରହିଛି କୋହଲା ପାଗ । ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହୋଇଛି । ପୁରୀ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ମିଳିଥିବା ସୂଚନା ଅନୁସାରେ କୋହଲା ପାଗ ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡି ରହିବ । ଘନ କୁହୁଡି ପାଇଁ ଆଜି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ, ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ତେବେ ବାୟୁ ମଣ୍ଡଳରେ ଜଳୀୟବାଷ୍ପ ପରିମାଣ ଅଧିକ ଥିବାରୁ ଘନ କୁହୁଡ଼ି ଅନୁଭୂତ ହେଉଛି ।

ସେହିପରି ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ରହିବା ସହ ସ୍ଥାନେସ୍ଥାନେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଅସନ୍ତକାଲି ଅର୍ଥାତ ୨୨ତାରିଖ ଓ ୨୩ରେ ବର୍ଷାର ସମ୍ଭାବନା ସର୍ବାଧିକ ରହିଥିବା ପୂର୍ବାନୁମାନ କରାଯାଇଛି । ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୨୧ରୁ ୨୪ ତାରିଖ ମଧ୍ୟରେ ୪ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ । ଫଳରେ ସମ୍ପୃକ୍ତ ଅଞ୍ଚଳରେ ଶୀତର ପ୍ରକୋପ ସାମୟିକ ବଢ଼଼ିବ । ତେବେ ୨୫ତାରିଖ ପରେ ଶୀତର ପ୍ରକୋପ ଧୀରେଧୀରେ ହ୍ରାସ ପାଇବ ବୋଲି ଅନୁମାନ କରାଯାଉଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button