ରାଜ୍ୟ

୩୧ ସୁଦ୍ଧା ଦାବି ପୂରଣ ନହେଲେ ଓଷ୍ଟା ଫେବୃଆରିରେ ଆନ୍ଦୋଳନ – Ibnodisha

[ad_1]

ଭୁବନେଶ୍ୱର: ଆସନ୍ତା ୩୧ ସୁଦ୍ଧା ଦାବି ପୂରଣ ନହୁଏ ତେବେ ଫେବୃଆରୀରୁ ଆନ୍ଦାଳନ କରାଯିବ । ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟ ମାନଙ୍କ ସହ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ରାଜଧାନୀର ରାଜରାସ୍ତାକୁ ଓହ୍ଲାଇବେ ବୋଲି ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍ ପ୍ରଦାନ, ଅବସରକାଳୀନ ସୁବିଧା, ଚାକିରୀ ସର୍ତ୍ତାବଳୀ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ଏହାକୁ ପାଳନ ନକରିବା ଇତ୍ୟାଦି ପ୍ରତିବାଦରେ ଅହୋରାତ୍ର ଆନ୍ଦୋଳନ ଚାଲିବ । ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସିରହିବେ । ତେବେ ଜାନୁୟାରୀ ୩୧ ସୁଦ୍ଧା ସରକାର ସମସ୍ୟାର ସମାଧାନ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି ।

ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ସପ୍ତମ ବେତନ ପ୍ରଦାନ, ଅବସର ପରେ ପେନସନ୍ ପାଉନଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପେନସନ୍ ପ୍ରଦାନ, ସରକାରୀ କରଣ ହୋଇ ନଥିବା ବିଦ୍ୟାଳୟକୁ ସରକାରୀକରଣ, ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନୋସନାଲ୍ ଇନ୍‌କ୍ରିମେଣ୍ଟ ଦେଇ ବରିଷ୍ଠତା ପ୍ରଦାନ, ଗ୍ରେଡ଼ ପେ’ରେ ଥିବା ଅସଙ୍ଗତି ଦୂରୀକରଣ, ୨ଟି ପିଅନ ଓ କିଛି ବିଦ୍ୟାଳୟଙ୍କୁ ୨୦୦୮ ପରିବର୍ତ୍ତେ ୨୦୦୪ରୁ ଆଣ୍ଟିଡେସନ ପ୍ରଦାନ, ହିନ୍ଦୀ ସଂସ୍କୃତ ଶିକ୍ଷକମାନଙ୍କର ଯୋଗ୍ୟତା ଅନୁଯାୟୀ ଉପଯୁକ୍ତ ହାରରେ ଦରମା, ୪୮ ବର୍ଷରେ ପଦାର୍ପଣ କରି କୋର୍ଟର ନିର୍ଦ୍ଦେଶ ପାଇଥିବା ହିନ୍ଦୀ ଓ ସଂସ୍କୃତ ଶିକ୍ଷକମାନଙ୍କୁ ଟିଜି ମାନ୍ୟତା ପ୍ରଦାନ, ୧୧୦ ବାଳିକା ବିଦ୍ୟାଳୟକୁ ପୂର୍ଣ୍ଣଅନୁଦାନ, କ୍ରୀଡ଼ା ଶିକ୍ଷକମାନଙ୍କୁ ବିଏ ବିପିଏଡ଼/ ବିଏ ସିପିଏଡ଼ ଭିତ୍ତିରେ ଉଚ୍ଚତର ଦରମା ପ୍ରଦାନ, ଅବସର ବୟସ ସୀମା ୬୦ରୁ ୬୨ ବର୍ଷ ବୃଦ୍ଧି କରିବା, ଅଫିସ୍ ସହାୟକ ମାନଙ୍କର ଯୋଗ୍ୟତା ଭିତ୍ତିକ ପଦୋନ୍ନତି, ଉର୍ଦ୍ଧୁ ଶିକ୍ଷକମାନଙ୍କୁ ଅନୁଦାନ ପ୍ରଦାନ, ଆରଏସିପି କ୍ଷେତ୍ରରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବାକୁ ଦାବି କରାଯାଇଛି । ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ଅଲଓଷ୍ଟାର ସାଧାରଣ ସଂପାଦକ ସୁକାନ୍ତ ବେହେରା ଓ ସଭାପତି ବିକ୍ରମ ଦାସ, ମାଦ୍ରାସର ସଭାପତି ଏମ୍‌ଏ କାସିମ୍ ବେଗ୍ ଓ ସଂପାଦକ ରାଜା ୱାସିମ୍‌, ସଂସ୍କୃତ ଟୋଲର ହରେକୃଷ୍ଣ ପ୍ରଧାନ, ସାଧାରଣ ସଂପାଦକ ଓଷ୍ଟା ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ରହିଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button