ରାଜ୍ୟ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୩ ମୃତ – Ibnodisha

[ad_1]
ଗଞ୍ଜାମ : ଆଜି ଗଞ୍ଜାମ ଜିଲ୍ଲାର ୫୯ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ପିକଅପ୍ ଭ୍ୟାନ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ୩ ଜଣଙ୍କର ମୃତ୍ୟୁ ହେବାସହିତ ୪ ଜଣ ଆହତ ହୋଇଥିଲେ । ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିଥିଲେ । ଦୁର୍ଘଟଣାରେ ପିକଅପ୍ ଭ୍ୟାନ ଓ ବସ ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହିତ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରି ଘଟଣାର ତଦନ୍ତ ଆରମ୍ଭ କରିଛି ।
[ad_2]