ରାଜ୍ୟ

ସଡକ ଦୁର୍ଘଟଣା : ୨୧ ଜଣ ଆହତ – Ibnodisha

[ad_1]

କଟକ : କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ନୂଆପାଟଣା ରାସ୍ତାରେ ଘଟିଛି ସଡକ ଦୁର୍ଘଟଣା । ଡିଭାଇଡରରେ ପିଟି ହୋଇ ରାସ୍ତା ଉପରେ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୨୧ ଜଣ ଆହତ ହୋଇଛନ୍ତି। ଆହତଯାତ୍ରୀଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାଯାଇଛି। ସମସ୍ତ ଆହତ ଯାତ୍ରୀ ଦେବଗଡ଼ ଅଞ୍ଚଳର।ଗତକାଲି ଲକ୍ଷ୍ମୀ ନାମକ ଯାତ୍ରୀବାହୀ ବସ୍‌ଟି ୪୦ ଜଣ ଯାତ୍ରୀଙ୍କୁ ନେଇ ଦେବଗଡ଼ରୁ ଭୁବନେଶ୍ୱର ଅଭିମୁଖେ ଆସୁଥଲା। ରାତି ପ୍ରାୟ ୩ଟା ସମୟରେ ବସଟି ଡିଭାଇଡରରେ ପିଟି ହୋଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ପୁଲିସ ଗାଡ଼ିକୁ ଜବତ ଘଟଣାର ତଦନ୍ତ କରୁଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button