ଦେଶ
କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ: ନିର୍ମଳା ସୀତାରମଣ – Ibnodisha
[ad_1]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଲୋକସଭାରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ସମୟରେ ସେ ପ୍ରଥମ ଓ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କରିଛନ୍ତି । ଏହି ଅବସରରେ ସେ କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ କରାଯାଇଥିବା ନେଇ ଘୋଷଣା କରିଛନ୍ତି । ଏହାଛଡ଼ା ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ । ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଓ ସରଳ କରାଯିବ । ବିକଶିତ ଭାରତକୁ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା କରାଯିବ । ବିତ୍ତୀୟ ନିଅଣ୍ଟକୁ ୪.୫ ପ୍ରତିଶତକୁ ହ୍ରାସ କରାଯିବା ଲକ୍ଷ୍ୟ ରହିଛି । ୨୦୨୪-୨୪ରେ ବିତ୍ତୀୟ ନିଅଣ୍ଟ ୫.୧ ପ୍ରତିଶତ ହେବା ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।
[ad_2]