ରାଜ୍ୟ

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ – Ibnodisha

[ad_1]

କେନ୍ଦୁଝର : କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଆଜି ଏକ ଦୁଷ୍କର୍ମ ମାମଲାରେ ଚମ୍ପୁଆ ଥାନା କାଞ୍ଜିଆଶୁଳା ଗ୍ରାମର ପ୍ରକାଶ ଚନ୍ଦ୍ର ନାଏକକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୨୦ ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦାୟ ଅଧିକ ୬ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ନିମନ୍ତେ ମଧ୍ୟ ସୁପାରିସ କରିଛନ୍ତି। କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏହି ମାମଲାରେ ୧୧ ଜଣଙ୍କ ସାକ୍ଷ୍ୟପ୍ରମାଣକୁ ଆଧାର କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ସ୍ୱତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

 

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button