ଦେଶ
ଜେଲ ଗଲେ ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ – Ibnodisha

[ad_1]
ରାଞ୍ଚି : ଜେଲ ଗଲେ ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଆଜି ଦିନକ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଇଡି ପକ୍ଷରୁ ହେମନୁ ସୋରେନଙ୍କୁ ୧୦ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରାଯାଇଛି। ତେବେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି ଏବଂ ଆସନ୍ତାକାଲି ଇଡିର ରିମାଣ୍ଡ ଆବେଦନକୁ ନେଇ ଶୁଣାଣି । ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ହେମନ୍ତ ସୋରେନଙ୍କୁ ଜମି ଦୁର୍ନୀତି ମାମଲାରେ ଗିରଫ କରିଥିଲା । ଆଜି କଡ଼ା ସୁରକ୍ଷାବଳୟ ମଧ୍ୟରେ ତାଙ୍କୁ ରାଞ୍ଚି ସ୍ଥିତ ସ୍ବତନ୍ତ୍ର ପିଏମଏଲଏ କୋର୍ଟରେ ହାଜର କରାଯାଇଥିଲା ।
[ad_2]




