ଫେବୃଆରୀ ୩-୪ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଓ ଆସାମ ଗସ୍ତ – Ibnodisha

[ad_1]
-ପ୍ରଧାନମନ୍ତ୍ରୀ ଓଡ଼ିଶାର ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ
-ପ୍ରାକୃତିକ ଗ୍ୟାସ, କୋଇଲା ଏବଂ ଶକ୍ତି ଉତ୍ପାଦନ ସହ ଜଡିତ ଏକାଧିକ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଏବଂ ଶିଳାନ୍ୟାସ ମାଧ୍ୟମରେ ଶକ୍ତି କ୍ଷେତ୍ରକୁ ବଡ଼ ପ୍ରୋତ୍ସାହନ ମିଳିବ
-ସଡ଼କ, ରେଳବାଇ ଓ ଉଚ୍ଚଶିକ୍ଷା କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକୁ ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ
-ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ, ଯାହାର ସ୍ଥାପତ୍ୟ ଶୈଳଶ୍ରୀ ପ୍ୟାଲେସ ଦ୍ୱାରା ଅନୁପ୍ରାଣିତ
-ଗୌହାଟୀରେ ୧୧,୦୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
-କାମାକ୍ଷା ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ବିଶ୍ୱସ୍ତରୀୟ ସୁବିଧା ଯୋଗାଇଦେବା ପାଇଁ ମା’ କାମାକ୍ଷା ଦିବ୍ୟ ପରିଯୋଜନାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
-ଗୌହାଟୀରେ ପ୍ରକଳ୍ପଗୁଡିକ ମୁଖ୍ୟ ଲକ୍ଷ୍ୟବଦ୍ଧ କ୍ଷେତ୍ର ଭାବେ କ୍ରୀଡ଼ା ଓ ଚିକିତ୍ସା ଭିତ୍ତିଭୂମି ଏବଂ ଯୋଗାଯୋଗକୁ ପ୍ରୋତ୍ସାହିତ କରିବ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩-୪ ଫେବ୍ରୁଆରୀ ୨୦୨୪ରେ ଓଡ଼ିଶା ଏବଂ ଆସାମ ଗସ୍ତ କରିବେ। ଫେବ୍ରୁଆରୀ ୩ ତାରିଖ ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ସମ୍ବଲପୁରରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ । ଏହାପରେ ପ୍ରଧାନମନ୍ତ୍ରୀ ଆସାମ ଗସ୍ତ କରିବେ । ଫେବ୍ରୁଆରୀ ୪ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ଗୌହାଟୀରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୧୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପଦକ୍ଷେପର ଉଦଘାଟନ ଓ ଶିଳାନ୍ୟାସ କରିବେ ।
ସମ୍ବଲପୁରରେ ପ୍ରଧାନମନ୍ତ୍ରୀ
ଦେଶର ଶକ୍ତି ନିରାପତ୍ତାକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟ ଅନୁରୂପ ଓଡ଼ିଶାର ସମ୍ବଲପୁରରେ ଆୟୋଜିତ ସାର୍ବଜନୀନ କାର୍ଯ୍ୟକ୍ରମରେ ଶକ୍ତି କ୍ଷେତ୍ରର ଉନ୍ନତି ପାଇଁ ଏକାଧିକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ପ୍ରତି ସମର୍ପଣ ଓ ଶିଳାନ୍ୟାସ କରାଯିବ । ଜଗଦୀଶପୁର-ହଳଦିଆ ଓ ବୋକାରୋ-ଧାମରା ପାଇପଲାଇନ ପ୍ରକଳ୍ପ (ଜେଏଚବିଡିପିଏଲ୍)ର \’ଧାମରା-ଅନୁଗୁଳ ପାଇପଲାଇନ ସେକ୍ସନ୍\’ (୪୧୨ କିଲୋମିଟର)\’କୁ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କରିବେ । \’ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗା\’ ଅଧୀନରେ ୨୪୫୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଓଡ଼ିଶାକୁ ଜାତୀୟ ଗ୍ୟାସ୍ ଗ୍ରିଡ୍ ସହ ସଂଯୋଗ କରିବ । ପ୍ରଧାନମନ୍ତ୍ରୀ ମୁମ୍ବାଇ-ନାଗପୁର-ଝାରସୁଗୁଡ଼ା ପାଇପଲାଇନର \’ନାଗପୁର ଝାରସୁଗୁଡ଼ା ପ୍ରାକୃତିକ ଗ୍ୟାସ ପାଇପଲାଇନ ସେକ୍ସନ\’ (୬୯୨ କିଲୋମିଟର)\’ର ଶିଳାନ୍ୟାସ କରିବେ । ୨୬୬୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ବିକଶିତ ହେବାକୁ ଥିବା ଏହି ପ୍ରକଳ୍ପ ଓଡ଼ିଶା, ମହାରାଷ୍ଟ୍ର ଓ ଛତିଶଗଡ଼ ଭଳି ରାଜ୍ୟରେ ପ୍ରାକୃତିକ ବାଷ୍ପ ଉପଲବ୍ଧତାରେ ଉନ୍ନତି ଆଣିବ ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପ୍ରାୟ ୨୮,୯୮୦ କୋଟି ଟଙ୍କାର ଏକାଧିକ ବିଦ୍ୟୁତ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିବେ । ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାର ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨୍ଠ୮୦୦ ମେଗାୱାଟ୍) ଏବଂ ଏନ୍ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧ଙ୍ଘ୨୫୦ ମେଗାୱାଟ୍) ଅନ୍ତର୍ଭୁକ୍ତ । ସେ ଓଡ଼ିଶାର ଅନୁଗୁଳ ଜିଲ୍ଲାରେ ଏନଟିପିସି ତାଳଚେର ତାପଜ ବିଦ୍ୟୁତ ପ୍ରକଳ୍ପ ଷ୍ଟେଜ୍-୩ (୨୍ଠ୬୬୦ ମେଗାୱାଟ)ର ଶିଳାନ୍ୟାସ କରିବେ । ଏହି ବିଦ୍ୟୁତ ପ୍ରକଳ୍ପ ଗୁଡ଼ିକ ଓଡ଼ିଶା ସମେତ ଅନ୍ୟ କେତେକ ରାଜ୍ୟକୁ ଶସ୍ତାରେ ବିଜୁଳି ଯୋଗାଣ କରିବ ।
ପ୍ରଧାନମନ୍ତ୍ରୀ ୨୭,୦୦୦ କୋଟିରୁ ଅଧିକ ମୂଲ୍ୟର ନେଭେଲି ଲିଗ୍ନାଇଟ୍ କର୍ପୋରେସନ୍ (ଏନଏଲସି) ତଲାବିରା ତାପଜ ବିଦ୍ୟୁତ ପ୍ରକଳ୍ପର ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତର ସ୍ୱପ୍ନକୁ ସୁଦୃଢ଼ କରିବା ପାଇଁ ଏହି ଅତ୍ୟାଧୁନିକ ପ୍ରକଳ୍ପ ଦେଶର ଶକ୍ତି ନିରାପତ୍ତା ଦିଗରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବା ସହ ଦେଶର ଆର୍ôଥକ ଅଭିବୃଦ୍ଧି ଓ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ବିଶ୍ୱସନୀୟ, ସୁଲଭ ଏବଂ ୨୪ ଘଣ୍ଟିଆ ବିଦ୍ୟୁତ ଶକ୍ତି ପ୍ରଦାନ କରିବ । ପ୍ରଧାନମନ୍ତ୍ରୀ ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡର କୋଇଲା ଭିତ୍ତିଭୂମି ପ୍ରକଳ୍ପକୁ ଉଦଘାଟନ କରିବେ, ଯେଉଁଥିରେ ଅନୁଗୁଳ ଜିଲ୍ଲାର ତାଳଚେର କୋଲଫିଲ୍ଡରେ ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱରୀ ଏଫଏମସି ପ୍ରକଳ୍ପ ଏବଂ ଲାଜକୁରା ରାପିଡ୍ ଲୋଡିଂ ସିଷ୍ଟମ (ଆରଏଲଏସ) ଅନ୍ତର୍ଭୁକ୍ତ । ପାଖାପାଖି ୨୧୪୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାରୁ ଶୁଷ୍କ ଇନ୍ଧନର ଗୁଣବତ୍ତା ଏବଂ ଯୋଗାଣକୁ ପ୍ରୋତ୍ସାହିତ କରିବ । ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲାରେ ୫୫୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ଇବ୍ ଭ୍ୟାଲି ୱାଶେରୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ । ଏହା ଗୁଣବତ୍ତା ପାଇଁ କୋଇଲା ପ୍ରକ୍ରିୟାକରଣରେ ଏକ ଆଦର୍ଶ ପରିବର୍ତ୍ତନକୁ ଚିହ୍ନିତ କରିବ, ଯାହା ଅଭିନବତା ଏବଂ ସ୍ଥାୟିତ୍ୱକୁ ସୂଚିତ କରିବ । ୮୭୮ କୋଟି ଟଙ୍କା ନିବେଶ ସହିତ ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ ଦ୍ୱାରା ନିର୍ମିତ ଝାରସୁଗୁଡ଼ା-ବରପାଲି-ସରଡେଗା ରେଳ ଲାଇନ୍ ଫେଜ୍-୧ର ୫୦ କିଲୋମିଟର ଲମ୍ବା ଦ୍ୱିତୀୟ ଟ୍ରାକ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ।
ପାଖାପାଖି ୨୧୧୦ କୋଟି ଟଙ୍କା ବ୍ୟୟରେ ବିକଶିତ ଜାତୀୟ ରାଜପଥର ତିନୋଟି ସଡ଼କ କ୍ଷେତ୍ର ପ୍ରକଳ୍ପକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଜାତୀୟ ରାଜପଥ ୨୧୫ (ନୂତନ ଜାତୀୟ ରାଜପଥ ନଂ ୫୨୦)ର ରିମୁଳି-କୋଇଡା ସେକ୍ସନକୁ ୪ ଲେନ୍, ଜାତୀୟ ରାଜପଥ ୨୩ (ନୂଆ ଜାତୀୟ ରାଜପଥ ନଂ ୧୪୩)ର ବୀରମିତ୍ରପୁର-ବ୍ରାହ୍ମଣୀ ବାଇପାସ୍ ଏଣ୍ଡ ସେକ୍ସନର ୪ ଲେନ୍ ଏବଂ ୨୩ ନମ୍ବର ଜାତୀୟ ରାଜପଥ (ନୂଆ ଜାତୀୟ ରାଜପଥ ନଂ ୧୪୩)ର ବ୍ରାହ୍ମଣୀ ବାଇପାସ୍ ଏଣ୍ଡ-ରାଜାମୁଣ୍ଡା ସେକ୍ସନକୁ ୪ ଲେନ୍ କରିବା ଆଦି ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପଗୁଡ଼ିକ ଯୋଗାଯୋଗ ବୃଦ୍ଧି କରିବା ସହ ଅଞ୍ଚଳର ଆର୍ôଥକ ବିକାଶ ଦିଗରେ ମଧ୍ୟ ସହାୟକ ହେବ ।
ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ପ୍ରାୟ ୨୧୪୬ କୋଟି ଟଙ୍କାର ରେଳ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିବେ । ଶୈଳଶ୍ରୀ ପ୍ୟାଲେସ ଦ୍ୱାରା ଅନୁପ୍ରାଣିତ ସମ୍ବଲପୁର ରେଳ ଷ୍ଟେସନର ପୁନଃନିର୍ମାଣ ପାଇଁ ଶ୍ରୀ ମୋଦୀ ଶିଳାନ୍ୟାସ କରିବେ । ସମ୍ବଲପୁର-ତାଳଚେର ଦୋହରୀକରଣ ରେଳ ଲାଇନ (୧୬୮ କିଲୋମିଟର) ଏବଂ ଝାରତରଭା ସୋନପୁର ନୂଆ ରେଳଲାଇନ (୨୧.୭ କିଲୋମିଟର)କୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ । ପ୍ରଧାନମନ୍ତ୍ରୀ ପୁରୀ-ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ, ଯାହା ଏହି ଅଞ୍ଚଳର ରେଳ ଯାତ୍ରୀଙ୍କ ପାଇଁ ଯୋଗାଯୋଗରେ ଉନ୍ନତି ଆଣିବ। ପ୍ରଧାନମନ୍ତ୍ରୀ ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଉଦଘାଟନ କରିବେ । ଏହାବ୍ୟତୀତ ସେ ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।
ଗୌହାଟୀରେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଗୌହାଟୀରେ ୧୧,୦୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ । ତୀର୍ଥସ୍ଥଳକୁ ଆସୁଥିବା ଲୋକଙ୍କୁ ବିଶ୍ୱସ୍ତରୀୟ ସୁବିଧା ଯୋଗାଇଦେବା ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ପ୍ରାଥମିକତା କ୍ଷେତ୍ର । ଏହି ପ୍ରୟାସର ଆଉ ଏକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଯେଉଁ ପ୍ରମୁଖ ପ୍ରକଳ୍ପପାଇଁ ଶିଳାନ୍ୟାସ କରିବେ ସେଥିମଧ୍ୟରୁ ଗୋଟିଏ ପ୍ରମୁଖ ପ୍ରକଳ୍ପ ହେଉଛି ମା’ କାମାକ୍ଷା ଦିବ୍ୟ ପରିଯୋଜନା (ମା\’ କାମାକ୍ଷା ଆକ୍ସେସ୍ କରିଡର), ଯାହାକୁ ଉତ୍ତର-ପୂର୍ବାଞ୍ଚଳ ପାଇଁ ପ୍ରଧାନମନ୍ତ୍ରୀଙ୍କ ବିକାଶ ପଦକ୍ଷେପ (ପିଏମ୍-ଦେବୋତ୍ତର) ଯୋଜନା ଅଧୀନରେ ମଞ୍ଜୁର କରାଯାଇଛି । କାମାକ୍ଷା ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଏହା ବିଶ୍ୱସ୍ତରୀୟ ସୁବିଧା ଯୋଗାଇଦେବ । ପ୍ରଧାନମନ୍ତ୍ରୀ ୩୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ସଡ଼କ ଉନ୍ନତିକରଣ ପ୍ରକଳ୍ପର ଶିଳାନ୍ୟାସ କରିବେ, ଯେଉଁଥିରେ ଦକ୍ଷିଣ ଏସିଆ ଉପଆଞ୍ଚଳିକ ଅର୍ଥନୈତିକ ସହଯୋଗ (ସାସେକ) କରିଡର କନେକ୍ଟିଭିଟିର ଅଂଶ ଭାବରେ ୩୮ଟି ପୋଲ ସମେତ ୪୩ଟି ରାସ୍ତାର ଉନ୍ନତିକରଣ କରାଯିବ ।
ଦୋଳବାରୀରୁ ଜାମୁଗୁଡ଼ି ଏବଂ ବିଶ୍ୱନାଥ ଚାରିଆଳିରୁ ଗୋହପୁର ଭଳି ଦୁଇଟି ୪ ଲେନ୍ ବିଶିଷ୍ଟ ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହି ପ୍ରକଳ୍ପଗୁଡ଼ିକ ଇଟାନଗରକୁ ଯୋଗାଯୋଗରେ ଉନ୍ନତି ଆଣିବାରେ ସହାୟକ ହେବ ଏବଂ ଏହି ଅଞ୍ଚଳର ସାମଗ୍ରିକ ଆର୍ôଥକ ବିକାଶକୁ ତ୍ୱରାନ୍ୱିତ କରିବ । ଏହି ଅଞ୍ଚଳର କ୍ରୀଡ଼ା ସମ୍ଭାବନାକୁ ଉପଯୋଗ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରକଳ୍ପର ଶିଳାନ୍ୟାସ କରିବେ । ଚନ୍ଦ୍ରପୁରରେ ଏକ ଅନ୍ତର୍ଜାତୀୟ ମାନର କ୍ରୀଡ଼ା ଷ୍ଟାଡିୟମ ଏବଂ ନେହରୁ ଷ୍ଟାଡିୟମକୁ ଫିଫା ମାନଦଣ୍ଡ ଫୁଟବଲ ଷ୍ଟାଡିୟମ ଭାବରେ ଉନ୍ନତିକରଣ କରିବା ଏହି ପ୍ରକଳ୍ପ ଗୁଡିକ ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ଗୌହାଟୀ ମେଡିକାଲ କଲେଜ ଏବଂ ହସ୍ପିଟାଲର ଭିତ୍ତିଭୂମି ବିକାଶ ପାଇଁ ଶିଳାନ୍ୟାସ କରିବେ । ଏହାବ୍ୟତୀତ କରିମଗଞ୍ଜରେ ଏକ ମେଡିକାଲ କଲେଜର ବିକାଶ ପାଇଁ ମଧ୍ୟ ସେ ଶିଳାନ୍ୟାସ କରିବେ । ୩୧,୦୨୩ କୋଟିର ୬ ପ୍ରକଳ୍ପ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ।
[ad_2]