ରାଜ୍ୟ

ଓଡ଼ିଆ ଭାଷା ସଂସ୍କୃତି ଓ କଳାର ଜୟ ଗାନ କରିବ:ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର: ପ୍ରତୀକ୍ଷାର ଅନ୍ତ ଘଟିଛି । ଶେଷ ହୋଇଛି ପ୍ରସ୍ତୁତି । ଆସନ୍ତାକାଲିଠାରୁ ତିନି ଦିନ ଧରି ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ଦେଶ ବିଦେଶରୁ ବହୁ ଖ୍ୟାତନାମା ଭାଷାବିତ୍‌, ଐତିହାସିକ, ବୁଦ୍ଧିଜୀବୀ ଓ ସାହିତ୍ୟିକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ସମ୍ମିଳନୀକୁ ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ୱରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ‘ଅକ୍ଷରଭୂମି’ । ଶୁକ୍ରବାର ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖଣ୍ଡୋଲାଇଟ୍ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ୟର ଅପୂର୍ବ ନିଦର୍ଶନ ସ୍ୱରୂପ ନିର୍ମିତ ହୋଇଛି ଅକ୍ଷର ଭୂମି । ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟର ଜୟଗାନ କରି ଚାଲିବ ।

ଆମର ମହାନ୍ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପିଢିକୁ ପ୍ରେରଣା ଦେଇଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ । ୫-ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍ ନିୟମିତ କଳାମଣ୍ଡଳ ଯାଇ ଅକ୍ଷର ଭୂମି ନିର୍ମାଣ କାର୍ଯ୍ୟ ତଦାରଖ କରୁଥିଲେ । ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟ ଇଡ୍‌କୋ ଜରିଆରେ ସମ୍ପାଦିତ ହୋଇଛି । ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ସିଏମଓର ମୁଖ୍ୟ ଉପଦେଷ୍ଟା ବାଲାକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂହ ଓ ସଂସ୍କୃତି ବିଭାଗ ସଚିବ ସୁଜାତା ରାଉତ କାର୍ତ୍ତିକେୟନ ପ୍ରମୁଖ ଉପସ୍ଥିତ ଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button