ରାଜ୍ୟ

ଆଜିର ଅନୁଚିନ୍ତl – Ibnodisha

[ad_1]

ଯଦି ଅନ୍ଧାର ପରେ ଆଲୋକ, ଯଦି ଘୋର ଅନ୍ଧକାର ରାତ୍ରି ପରେ ରୁଦ୍ର ସ୍ୱରୋପ ସୂର୍ଯ୍ୟଙ୍କର ଉଜ୍ଜଳ କିରଣ ଆମେ ପ୍ରତିଦିନ ଅନୁଭବ କରୁଛୁ. ସେହିପରି ବିଶ୍ୱାସ ରଖିବା ଦରକାର ଜୀବନର ଘୋର ଦୁର୍ଦଶାର ସମୟ ପରଦିନ ସୂର୍ଯ୍ୟଙ୍କର ଉଜ୍ଜଳ କିରଣ ପରି ଜୀବନ ସୁଖ ଓ ସମୃଦ୍ଧିର ଦିନ ଉଦୟ ନିଶ୍ଚୟ ହେଵ ବାସ ନିଜ ଉପରେ ଓ ପରମାତ୍ମା ଉପରେ ଭରଷା କରିବା ନିତ୍ୟାନ୍ତ ଆବଶ୍ୟକ ll
ସଫଳତା ହେଉଛ ଏକ ଯାନ ଯାହାକି ପରିଶ୍ରମ ରୂପକ ଇନ୍ଧନରେ ଚାଲେ କିନ୍ତୁ ସେହି ସମୟରେ ଯାତ୍ରା ଅସମ୍ଭବ ଯେଉଁଥିରେ ସକାରତ୍ମକ ରୂପକ ଇନ୍ଧନ ନଥାଏ ll

ଯିଏ ଜ୍ଞାନୀ ହୋଇଥାଏ ବୁଝେଇ ହେବ, ଯିଏ ଅଜ୍ଞାନୀ ହୋଇଥାଏ ତାକୁ ବି ବୁଝେଇ ହେବ କିନ୍ତୁ ଯିଏ ଅଭିମାନି ତାକୁ ବୁଝେଇବା ସମ୍ଭବ ନୁହେଁ । କେବଳ ସମୟ ହିଁ ତାକୁ ବୁଝେଇ ଦେଇଥାଏ । ଭାଗ୍ୟ ଏବଂ ହୃଦୟ ମଧ୍ୟରେ କେବେ ବି ଭଲ ସମ୍ପର୍କ ନଥାଏ । ଯାହା ହୃଦୟରେ ଥାଏ, ତାହା ହୃଦୟରେ ନଥାଏ

ଦୋଷ ନକରି ଯଦି ଦୋଷୀ ହୋଇଯିବେ, ସେତେବେଳେ ଚୁପ୍ ରହିବା ସବୁଠାରୁ ଭଲ….

କାରଣ ଚିତ୍କାର କରି କେବେବି ନିର୍ଦ୍ଦୋଶର ପ୍ରମାଣ କରାଯାଏ ନାହିଁ….

ଅଦ୍ୟ ଫେବୃଆରୀ ମାସ ୦୬ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- କୃଷ୍ଣପକ୍ଷ
ତିଥି- ଏକାଦଶୀ ଦିବା ଘ୦୪/୧୦ ପର୍ଯ୍ୟନ୍ତ ତଦନ୍ତେ ଦ୍ଵାଦଶୀ
ନକ୍ଷତ୍ର- ଜ୍ୟେଷ୍ଠା ଦିବା ଘ୦୮/୧୭ ପର୍ଯ୍ୟନ୍ତ ତଦନ୍ତେ ମୂଳା
ଚନ୍ଦ୍ର- ବିଛା ଦିବା ଘ୦୮/୧୭ ପର୍ଯ୍ୟନ୍ତ ତଦନ୍ତେ ଧନୁ
ଯୋଗ- ବ୍ୟାଘାତ
କରଣ – ବାଳବ
ସୌରମାସ- ମକର ୨୩ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୪/୧୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୮/୧୯
*✧═════•❁❀
ଯୋଗିନୀ ଅଗ୍ନିକୋଣେ ଦିବା ଘ୦୪/୧୦ ଗତେ ନୈରୁତେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମକର ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୧/୨୬ ଗତେ ଘ୦୨/୫୦ ମଧ୍ୟେ
ବାରବେଳା – ଦିବା ଘ୦୭/୪୯ ଗତେ ଘ୦୯/୧୪ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୯/୧୪ ଗତେ ଘ୧୧/୩୫ ମଧ୍ୟେ ଓ ଘ୦୩/୫୮ ଗତେ ଘ୦୫/୩୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ଶିମ୍ବ ଦିବା ଘ୦୪/୧୦ ଗତେ ପୋଇ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
✧═════•❁❀❁•═════✧
ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
✧═════•❁❀❁•═════✧
ମିଥୁନ – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।
✧═════•❁❀❁•═════✧
କର୍କଟ – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |
✧═════•❁❀❁•═════✧
ସିଂହ – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |
✧═════•❁❀❁•═════✧
କନ୍ୟା – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
✧═════•❁❀❁•═════✧
ତୁଳା – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
✧═════•❁❀❁•═════✧
ବିଛା – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
✧═════•❁❀❁•═════✧
ଧନୁ– ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
✧═════•❁❀❁•═════✧
ମକର – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |

✧═════•❁❀❁•═════✧
କୁମ୍ଭ – ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |
✧═════•❁❀❁•═════✧
ମୀନ – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button