ରାଜ୍ୟ

କାର ଧକ୍କାରେ ଯୁବକ ମୃତ – Ibnodisha

[ad_1]

କଲମପୁର: କଲମପୁର ଦୁଲକିବନ୍ଧ ମୁଖ୍ୟ ରାସ୍ତାର ବଡକୁଟୃ ହୋମିଓପାଥି ଚିକିତ୍ସାଳୟ ସମ୍ମୁଖରେ ମଙ୍ଗଳବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ କାର ଧକ୍କାରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ସାନକୁଟୃ ଗ୍ରାମର ବଳିଷ୍ଠ କୁମାର ନାମକ ଯୁବକ ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଏକ କାର ତାଙ୍କୁ ଧକ୍କା ଦେଇଥିଲା। ଏହାସହ କାରଟି ଯାଇ ଚିକିତ୍ସାଳୟର କାନ୍ଥରେ ପିଟି ହୋଇଥିଲା। ଗୁରୁତର ଅବସ୍ଥାରେ ବଳିଷ୍ଠ ପଡ଼ି ରହିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇବା ପରେ ବଡକୁଟୃ ପୁଲିସ ଫାଣ୍ଡି ଅଧିକାରୀ ଶିବ ଶଙ୍କର ମହାନ୍ତି ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ବଳିଷ୍ଠଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ ଏବଂ ଏକ କାର ଯୋଗେ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ।

ତେବେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ପକ୍ଷରୁ ଦୁର୍ଘଟଣା ଘଟାଇଥିବା କାରକୁ ଜବତ କରାଯାଇଛି। ଅନ୍ୟପଟେ ସ୍ୱାସ୍ଥ୍ୟକେନ୍ଦ୍ରରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button