ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ – Ibnodisha
[ad_1]
କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଛନ୍ତି । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ । ଜଷ୍ଟିସ ସିଂହ ୧୯୬୩, ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟ (କ୍ୟାମ୍ପସ ଲ୍ ସେଣ୍ଟର)ରୁ ଏଲ୍ଏଲ୍.ବି. ଡିଗ୍ରି ହାସଲ କରିବା ପରେ ୧୯୯୦, ଅକ୍ଟୋବର ୩୦ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ୧୯୯୮ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ଆଇନଜୀବୀ ପେସାର ପ୍ରାରମ୍ଭିକ ପର୍ଯ୍ୟାୟରେ ସେ ପାଟନା ହାଇକୋର୍ଟର କାଉନସେଲ ଭାବେ ପ୍ୟାନେଲରେ ସ୍ଥାନ ପାଇଥିଲେ। ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟ ପକ୍ଷରୁ ମାମଲା ପରିଚାଳନା ପାଇଁ ଭାରତର ସିଏଜିଙ୍କ ତରଫରୁ ତାଙ୍କୁ ପ୍ୟାନେଲ କାଉନସେଲ ଭାବେ ନିଯୁକ୍ତି ଦିଆଯାଇଥିଲା।
[ad_2]