ରାଜ୍ୟ
ରାଜ୍ୟରେ କମୁଛି ଦାରିଦ୍ର୍ୟ ହାର: ରାଜେନ୍ଦ୍ର ଢୋଲକିଆ – Ibnodisha

[ad_1]
ଭୁବନେଶ୍ୱର: ରାଜ୍ୟରେ କମୁଛି ଦାରିଦ୍ର୍ୟ ହାର। ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ବିଧାନସଭାରେ ଏହି ସୂଚନା ଦେଇଛନ୍ତି । ୨୦୧୧ରେ ଦାରିଦ୍ର୍ୟ ହାର ୩୩ ଦଶମିକ ୬ ପ୍ରତିଶତ ଥିଲା। ନୀତି ଆୟୋଗଙ୍କ ରିପୋର୍ଟ ଅନୁସାରେ ୨୦୨୩ ଜୁଲାଇ ସୁଦ୍ଧା ଦାରିଦ୍ର୍ୟ ହାର ୧୫ ଦଶମିକ ୬୮ ପ୍ରତିଶତକୁ ହ୍ରାସ ପାଇଛି ।
କେନ୍ଦ୍ର ସରକାର ବିଆରଜିଏଫ ପରି ଅନେକ ଯୋଜନା ବନ୍ଦ କରି ଦେଇଥିଲେ ମଧ୍ୟ ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ବିକାଶ ଜାରି ରଖିରିଛନ୍ତି। ରାଜ୍ୟ ସରକାର ବିଜୁ କନ୍ଧମାଳ ଓ ଅନ୍ୟାନ୍ୟ ନିଜସ୍ୱ ଯୋଜନା ମାଧ୍ୟମରେ ଦାରିଦ୍ର୍ୟ ଦୂର କରିବାରେ ସଫଳ ହୋଇଛନ୍ତି। ମାଓବାଦୀ ଉପଦ୍ରୁତ ଅଞ୍ଚଳରେ ମଧ୍ୟ କେନ୍ଦ୍ର ସରକାର ବିଆରଜିଏଫ ଓ ଅନ୍ୟ ଯୋଜନା ବନ୍ଦ କରିଦେଇଛନ୍ତି। ସେଠାରେ ରାଜ୍ୟ ସରକାର ଆଇଡିଏଫ ପରି ନିଜସ୍ୱ ଯୋଜନା କରିଛନ୍ତି। ବିକାଶ ପାଇଁ ରାଜ୍ୟ ସରକାର ବଦ୍ଧ ପରିକର ବୋଲି ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ବିଧାନସଭାରେ ସୂଚନା ଦେଇଛନ୍ତି।
[ad_2]