ରାଜ୍ୟ

ଗୋଟିଏ ଫ୍ରେମରେ ସବୁ ବିଧାୟକ – Ibnodisha

[ad_1]

ଭୁବନେଶ୍ୱର : ସରିଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ । ବିଧାନସଭା ଶେଷ ହେବା ପରେ ଗୋଟିଏ ଫ୍ରେମରେ ସବୁ ବିଧାୟକଙ୍କୁ ଦେଖିବାକୁ ମିଳିଛି । ଏକାଠି ହୋଇ ସମସ୍ତେ ଫଟୋସୁଟ୍ କରିଛନ୍ତି ଏବଂ ପରସ୍ପରକୁ ଆଗାମୀ ରାଜନୈତିକ ଯାତ୍ରା ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏହି ଫଟୋସୁଟ୍ ସମୟରେ ଅନେକ ବିଧାୟକ ଭାବବିହ୍ୱଳ ହୋଇଥିବାର ଦେଖିବାକୁ ମିଳିଛି । ସୁର ରାଉତରାୟ, ନରସିଂହ ମିଶ୍ରଙ୍କ ଭଳି ନେତାଙ୍କର ଏହା ଶେଷ ବିଧାନସଭା ଅଧିବେଶନ ଥିଲା । କାରଣ ଉଭୟ ୨୦୨୪ ନିର୍ବାଚନରେ ଆଉ ପ୍ରତିଦ୍ୱନ୍ଦ୍ୱିତା କରିବେନି ବୋଲି ପୂର୍ବରୁ ଘୋଷଣା କରିଛନ୍ତି । ସେହିଭଳି ୨୦୨୪ ନିର୍ବାଚନରେ ଅନେକ ବିଧାୟକ ଟିକେଟରୁ ମଧ୍ୟ ବଞ୍ଚିତ ହୋଇପାରନ୍ତି । ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ଭାବବିହ୍ୱଳ ହୋଇଛନ୍ତି ବିଧାୟକ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button