ରାଜ୍ୟ

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି – Ibnodisha

[ad_1]

ପୁରୀ : ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି । ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତି ବେଳେ ଚୋରି କରି ଜଣେ ପିଅନ ଧରାପଡ଼ିଛନ୍ତି। ତାଙ୍କ ନାଁ ପ୍ରଦୀପ୍ତ କୁମାର ମହାପାତ୍ର। ତାଙ୍କ ଠାରୁ ୩୫ ହଜାର ଟଙ୍କା ଜବତ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ତାଙ୍କୁ ନିଲମ୍ବନ କରାଯିବା ସହିତ ସିଂହ ଦ୍ୱାର ଥାନାରେ ତାଙ୍କ ନାଁରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ଭିତରେ ଡୋନେସନ ସେଲ୍‌ରେ ଟଙ୍କା ଗଣତି ବେଳେ ପ୍ରଦୀପ୍ତ କୁମାର ମହାପାତ୍ର ଚୋରି କରିଥିଲେ। ସିସିଟିଭି ଫୁଟେଜରୁ ତାଙ୍କ ଚୋରି ଧରାପଡ଼ିଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ଜେରା କରାଯାଇଛି।ପ୍ରାୟ ୭ ଦିନ ପାଇଁ ଏହି କର୍ମଚାରୀ ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତିରେ ନିୟୋଜିତ ହୋଇଥିଲେ। ତେବେ ଡ୍ୟୁଟି କରୁଥିବା ବେଳେ ଅନ୍ୟ ଦିନମାନଙ୍କରେ ସେ ଟଙ୍କା ଚୋରି କରିଛନ୍ତି ନା ନାହିଁ, ତାହା ସ୍ପଷ୍ଟ ହୋଇନାହିଁ। ଶ୍ରୀମନ୍ଦିର ହୁଣ୍ଡି ଗଣତି ନିମନ୍ତେ ସ୍ଥାୟୀ କର୍ମଚାରୀ ମୁତୟନ କରା ନଯିବା ଓ ହୁଣ୍ଡି ଗଣତିରେ ସ୍ଵଚ୍ଛତା ରକ୍ଷା ନିମନ୍ତେ ଗୁରୁତ୍ୱ ଦିଆଯାଉ ନଥିବାରୁ ଏଭଳି ଘଟଣା ଘଟିଥିବା ସାଧାରଣରେ ଚର୍ଚ୍ଚା ହେଉଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button