ରାଜ୍ୟ

ଭୁବନେଶ୍ୱରରେ ପହଞ୍ଚିଲା ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀର – Ibnodisha

[ad_1]

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀର । ଚେନ୍ନାଇରୁ ବର୍ତ୍ତମାନ ଏକ ସ୍ୱତନ୍ତ୍ର ବିମାନ ଯୋଗେ ତାଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚିଛି। ଏହାପରେ ବିମାନବନ୍ଦରରୁ ତାଙ୍କ ପାର୍ଥିବ ଶରୀର ବିଜେଡି ପାର୍ଟି ଅଫିସକୁ ନିଆଯାଇଛି। ସେଠାରେ ଦଳୀୟ ନେତାମାନେ ସ୍ୱର୍ଗତ ସୁଜ୍ଞାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ଏହାପରେ ତାଙ୍କ ପାର୍ଥିବ ଶରୀର ଖଲ୍ଲିକୋଟ ନିଆଯିବାର ବ୍ୟବସ୍ଥା ହେବ।

ସୂଚନା ଥାଉକି, ଗତକାଲି ବିଳମ୍ବିତ ରାତିରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଘଟିଥିଲା। ସେ କିଛିଦିନ ହେବ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଗତ କିଛି ଦିନ ହେବା ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା କାରଣରୁ ତାଙ୍କୁ ହସସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଖଲିକୋଟରୁ ୮ ଥର ଏବଂ କବିସୂର୍ଯ୍ୟନଗରରୁ ୨ ଥର ବିଧାୟିକା ହୋଇଥିଲେ । ୧୯୬୧ରେ ରାଜନୀତି ଜୀବନ ଆରମ୍ଭ କରିଥିଲେ । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ଯାଇ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ହସ୍ପିଟାଲରେ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ସୁସ୍ଥତା କାମନା କରିଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button