ଦେଶ

ମର୍ମନ୍ତୁଦ ସଡକ ଦୁର୍ଘଟଣା; ୬ ମୃତ, ୧୫ ଆହତ – Ibnodisha

[ad_1]

ଅମରାବତୀ: ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲା କଭାଲିଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଆଜି ମୁସୁନୁର ଟୋଲ ପ୍ଲାଜା ନିକଟରେ ଏକ ଟ୍ରକ ଓ ବସ୍ ମଧ୍ୟରେ ଦୁର୍ଘଟଣା ଘଟିଛି । ଏଥିରେ ୬ ଜଣଙ୍କ ଜୀବନ ଯାଇଥିବା ବେଳେ ୧୫ରୁ ଅଧିକ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି । ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି । ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲା କଭାଲିଠାରେ ଭୟଙ୍କର ଦୁର୍ଘଟଣା ଘଟିଛି ।

କଭାଲି ଟୋଲ୍ ପ୍ଲାଜା ନିକଟରେ ଏକ ଟ୍ରକ ବିପରୀତ ଦିଗରୁ ଆସୁଥିବା ଏକ ବେସରକାରୀ ଯାତ୍ରୀବାହୀ ବସକୁ ଆଗପଟରୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ରୁ ଅଧିକ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି । ତେବେ ନେଲୋର ସରକାରୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ମୃତକଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଆହତଙ୍କ ମଧ୍ୟରେ ଅନେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ତେବେ ଦୁର୍ଘଟଣାରେ ବସର ଆଗ ଅଂଶଟି ଭାଙ୍ଗି ଚୁରମାର ହୋଇଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button