ରାଜ୍ୟ

ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ – Ibnodisha

[ad_1]

ଭୁବନେଶ୍ୱର: ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୬.୫୦ ଲକ୍ଷ ଲୋକ ଉପକୃତ ହେଲେ । ବରଗଡର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ । ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ ୧୦୭ଟି ବସ୍‌ ଚାଲିଲା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ ୬୫ଟି ବସ୍‌ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ୫ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ୟ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ୟ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button