ରାଜ୍ୟ

ଭରତପୁର ଜଙ୍ଗଲରେ ଅସୁସ୍ଥ ଦନ୍ତା ହାତୀର ମୃତ୍ୟୁ – Ibnodisha

[ad_1]

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଭରତପୁର ଜଙ୍ଗଲରେ ଅସୁସ୍ଥ ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି। ଗତକାଲି ମଧ୍ୟରାତ୍ରରେ ଦନ୍ତାର ମୃତ୍ୟୁ ହୋଇଥିବା ଜଣାପଡିଛି। ବାରହା ଶିକାର ପାଇଁ ଶିକାରୀ ଖଞ୍ଜିଥିବା ବୋମା ଖାଇ ହାତୀଟିର ଅବସ୍ଥା ଗୁରୁତର ଥିଲା। ଗତକାଲି ଭରତପୁର ଜଙ୍ଗଲରୁ ଅସୁସ୍ଥ ଦନ୍ତା ହାତୀଟିକୁ ଠାବ‍ କରାଯାଇଥିଲା। ଅସୁସ୍ଥ ହାତୀର ଚିକିତ୍ସା ଓୟୁଏଟି ଓ ନନ୍ଦନକାନନ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା ଚାଲିଥିଲା। ବିସ୍ଫୋରଣରେ ହାତୀଟିର ଜିଭ ଛିଡ଼ିଯିବା ସହ ମାଢ଼ି ହାଡ଼ ଫାଟି ନଷ୍ଟ ହୋଇଯାଇଥିଲା।

ଗତକାଲି ବିଳମ୍ବିତ ରାତିରେ ଦନ୍ତା ହାତୀଟିର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ହାତୀଟି ଖୋର୍ଦ୍ଧା ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି। ହାତୀଟିକୁ ଚିକିତ୍ସା କରୁଥିବା ଡାକ୍ତରଙ୍କ କହିବା ଅନୁଯାୟୀ, ପ୍ରାୟ ୧୫ ଦିନ ତଳୁ ହାତୀଟି ବିସ୍ଫୋରଣର ଶିକାର ହୋଇଥିବା ଅନୁମାନ କରାଯାଉଛି। ବାରହା ଶିକାର ପାଇଁ ଶିକାରୀ ଖଞ୍ଜିଥିବା ବୋମା ଦନ୍ତା ଖାଇଦେଇଥିଲା। ବିସ୍ଫୋରଣରେ ହାତୀଟିର ଜିଭ ଛିଡ଼ିଯିବା ସହ ମାଢ଼ି ହାଡ଼ ଫାଟି ନଷ୍ଟ ହୋଇଯାଇଥିଲା। ଅନ୍ୟପକ୍ଷରେ ହାତୀର ମୃତ୍ୟୁକୁ ନେଇ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button