IBN ଓଡ଼ିଶା ଏକ୍ସକ୍ଲୁସିଭ୍

ପବିତ୍ର ବସନ୍ତପଞ୍ଚମୀ

ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମାଆ ସରସ୍ବତୀ। ବସନ୍ତ ପଞ୍ଚମୀ ଦିନ ଦେବୀ ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ଦେବୀ ଲକ୍ଷ୍ମୀ ଏବଂ ଦେବୀ କାଳୀଙ୍କର ମଧ୍ୟ ଆଶୀର୍ବାଦ ପ୍ରାପ୍ତ ହୁଏ ଏବଂ ବାଗବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା କରିବା ସମୟରେ ମା’ଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି କରିବା ଅତ୍ୟନ୍ତ ଶୁଭ ବିବେଚନା କରାଯାଏ । କାରଣ ମାଆ ବିଦ୍ୟାଦାତ୍ରୀଙ୍କ ପ୍ରିୟ ରଙ୍ଗ ହଳଦୀଆ ।ସରସ୍ବତୀ ହେଉଛନ୍ତି ଜ୍ଞାନର ଦେବୀ। ତେଣୁ ଆଜି ସମସ୍ତ ଶିକ୍ଷାନୁଷ୍ଠାନରେ ମାଆଙ୍କୁ ସ୍ବତନ୍ତ୍ର ଭାବ​‌ରେ ଆରାଧନା କରାଯାଉଛି। ସକାଳୁ ସକାଳୁ ଛୋଟ ଛୋଟ ପିଲାମାନେ ସ୍କୁଲ ଯାଇଛନ୍ତି। ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଇଥାଏ । ଏହି ଦିନ ଅନେକ ନୂତନ କାର୍ଯ୍ୟର ଆରମ୍ଭ ମଧ୍ୟ କରାଯାଇଥାଏ । ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ପୂଜା କରାଯାଉଛି। ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ।

Related Articles

Leave a Reply

Your email address will not be published. Required fields are marked *

Back to top button