ରାଜ୍ୟ

ମମତା ଯୋଜନାରେ ୬୦ଲକ୍ଷରୁ ଅଧିକ ମହିଳା ଉପକୃତ: ବିଜେଡି – Ibnodisha

[ad_1]

– ମହିଳା ସଶକ୍ତିକରଣକୁ ନବୀନ ସରକାରଙ୍କ ପ୍ରାଥମିକତା
– ମମତା ସହାୟତା ବାବଦରେ ଦିଆଗଲାଣି ୨୯୦୦ କୋଟି
– ସହାୟତା ରାଶି ୧୦,୦୦୦ ଟଙ୍କାକୁ ବୃଦ୍ଧି
– ମମତା ମଡେଲକୁ ଆପଣେଇଛନ୍ତି କେନ୍ଦ୍ର ସରକାର

ଭୁବନେଶ୍ୱର : ନବୀନ ସରକାର ଗତ ୨୪ ବର୍ଷ ଧରି ଓଡ଼ିଶାରେ ମହିଳାଙ୍କ ବିକାଶ ଓ ସଶକ୍ତୀକରଣ ପାଇଁ ସବୁବେଳେ କଠିନ ପରିଶ୍ରମ କରିଛନ୍ତି । ମିଶନ ଶକ୍ତି ମାଧ୍ୟମରେ ୬ ଲକ୍ଷ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି । ମମତା ଯୋଜନାରେ ୬୦ ଲକ୍ଷରୁ ଅଧିକ ଗର୍ଭବତୀ ମହିଳା ଓ ମା’ ଉପକୃତ ହୋଇଥିବା ବେଳେ ବିଜେଡି ସରକାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଌକ୍ଷଗ୍ଧ;କୁ ଏପର୍ଯ୍ୟନ୍ତ ପ୍ରାୟ ୨୯୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ଓ ସୋଫିଆ ଆଲାମ । ଶ୍ରୀମତୀ ସାହୁ ଓ ଶ୍ରୀମତୀ ଆଲାମ ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଓଡ଼ିଶାର କୋଟି କୋଟି ମହିଳାଙ୍କ ସଶକ୍ତୀକରଣକୁ ନେଇ ଏଭଳି ଏକ ଐତିହାସିକ ନିଷ୍ପତ୍ତି ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଥିବା ସରକାର ମମତା ଯୋଜନା ସହାୟତାକୁ ୫ ହଜାରରୁ ୧୦ ହଜାର ଟଙ୍କାକୁ ଦ୍ୱିଗୁଣିତ କରିଛନ୍ତି । ଏହା ଓଡ଼ିଶାର ଲକ୍ଷ ଲକ୍ଷ ମା’ ଓ ରାଜ୍ୟର କୋଟି କୋଟି ମହିଳାଙ୍କ ପ୍ରତି ବିଜେଡି ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି । ବର୍ତ୍ତମାନ ମମତା ଯୋଜନା ଅଧୀନରେ ଥିବା ମା’ମାନଙ୍କୁ ଦୁଇଟି କିସ୍ତିରେ ୫୦୦୦ ଟଙ୍କା ମିଳୁଛି ।

ଏବେ ସେମାନଙ୍କୁ ୬୦୦୦ ଓ ୪୦୦୦ ଟଙ୍କାର ଦୁଇଟି କିସ୍ତିରେ ୧୦,୦୦୦ ଟଙ୍କା ପ୍ରଦାନ କରାଯିବ । ୨୦୨୩ ଅଗଷ୍ଟରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଏହି ବର୍ଦ୍ଧିତ ସହାୟତା ପ୍ରଦାନ କରାଯିବ ଏବଂ ୨୦୨୩ ଅଗଷ୍ଟରୁ ଆଜି ପର୍ଯ୍ୟନ୍ତ ହିତାଧିକାରୀଙ୍କୁ ଫେବୃଆରୀ ୨୦ରୁ ୨୫ତାରିଖ ମଧ୍ୟରେ ଅର୍ଥ ପ୍ରଦାନ କରାଯିବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶିଶୁ ମୃତ୍ୟୁ ଓ ମାତୃ ମୃତ୍ୟୁ ହାର ପୁଷ୍ଟିହୀନତା ହ୍ରାସ କରିବା ପାଇଁ ୨୦୧୧ ମସିହାରେ ମମତା ଯୋଜନା ଆରମ୍ଭ କରିଥିଲେ । ଓଡ଼ିଶାର ମମତା ଯୋଜନାର ସଫଳତା ଯୋଗୁଁ ଏହାକୁ ଜାତୀୟ ମଡେଲ ଭାବେ ଗ୍ରହଣ କରାଯାଇଛି । ୬ ମାସର ଗର୍ଭଧାରଣ ପରେ ପ୍ରଥମ କିସ୍ତି ୬୦୦୦ ଟଙ୍କା ଏବଂ ଶିଶୁକୁ ୧୦ ମାସ ପୂରିବା ପରେ ଦ୍ୱିତୀୟ କିସ୍ତି ୪୦୦୦ ଟଙ୍କା ପ୍ରଦାନ କରାଯିବ । ଏହା ଓଡ଼ିଶାର ମହିଳା ସଶକ୍ତୀକରଣ ପ୍ରତି ବିଜେଡି ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି । ଆଜି ଓଡ଼ିଶା ମହିଳା ସଶକ୍ତିକରଣ କ୍ଷେତ୍ରରେ ଏକ ଜାତୀୟ ମାନଦଣ୍ଡ ଏବଂ ମାଇଲଖୁଌକ୍ଷଗ୍ଧ; ଭାବେ ସ୍ୱୀକୃତି ପାଇଛି ଏବଂ ମମତା ଯୋଜନା ସହାୟତାକୁ ଦ୍ୱିଗୁଣିତ କରିବା ଏହି ଯାତ୍ରାରେ ଆଉ ଏକ ସଫଳତା ବୋଲି ବିଜେଡ଼ିର ଦୁଇ ପ୍ରବକ୍ତା କହିଛନ୍ତି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button