ରାଜ୍ୟ

ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ – Ibnodisha

[ad_1]

ବ୍ରହ୍ମପୁର : ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସ୍ଥାପିତ ହୋଇଥିବା ସମ୍ ହସ୍ପିଟାଲର ଶିତଳାପଲ୍ଲୀ କ୍ୟାମ୍ପସ୍‌କୁ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି । ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ତଥା ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରି ଆସୁଥିବା ଶିକ୍ଷା ଓ ଅନୁସନ୍ଧାନ ପକ୍ଷରୁ ଦକ୍ଷିଣ ଓଡ଼ିଶାରେ ଉତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟ ନେଇ ଗଂଜାମ ଜିଲ୍ଲା ବ୍ରହ୍ମପୁର ନିକଟ ଶିତଳାପଲ୍ଲୀ ଠାରେ ସ୍ଥାପିତ ଏହି ମଲ୍ଟି ସୁପର ସ୍ପେଶିଆଲିଟି ହସ୍ପିଟାଲ୍‌କୁ ଆରମ୍ଭ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ହସ୍ପିଟାଲ କ୍ୟାମ୍ପସ୍‌ରେ ପହଂଚିବା ପରେ ଫଳକ ଉନ୍ମୋଚନ ସହ କ୍ୟାମ୍ପସ୍ ପରିସରରେ ବୃକ୍ଷ ରୋପଣ କରିଥିଲେ ଓ ଆନୁଷ୍ଠାନିକ ଭାବେ ହସ୍ପିଟାଲ୍‌ଟିକୁ ଉଦ୍‌ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (Dr) ମନୋଜରଞ୍ଜନ ନାୟକ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିବାବେଳେ ଏହି ଅବସରରେ ୫ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ କାର୍ତିକ ପାଣ୍ଡିଆନ୍ ମଂଚରେ ଉପସ୍ଥିତ ଥିଲେ । ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ରାଜ୍ୟସଭା ସାସଂଦ ଶ୍ରୀ ମାନସ ମଙ୍ଗରାଜ ଏବଂ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଉପସ୍ଥିତ ଥିଲେ । ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ୍ ଠାରେ ୨୦୦ ଶଯ୍ୟାର ସୁବିଧା ରହିଥିବା ବେଳେ ଆଗାମୀ ଦିନରେ ଏହାର ସଂଖ୍ୟା ବୃଦ୍ଧି ପାଇ ୫୦୦ ହେବ । ଏହି ଡାକ୍ତରଖାନାରେ ସୁଲଭ ମୂଲ୍ୟରେ ସମସ୍ତ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ସୁବିଧା ଉପଲବ୍ଧ ହେବା ସହ ୨୪ ଘଂଟା ରୋଗୀ ସେବା ପ୍ରଦାନ କରାଯିବ। ସମ୍ ହସ୍ପିଟାଲର ଏହି ନୂତନ ମଲ୍ଟି ସୁପର ସ୍ପେଶିଆଲିଟି ହସ୍ପିଟାଲ୍‌ରେ ସମସ୍ତ ସ୍ପେଶିଆଲିଟି ଓ ସୁପର ସ୍ପେଶିଆଲିଟି ବିଭାଗ ରହିଛି । ଦେଶ ତଥା ବିଦେଶରେ ତାଲିମ ପ୍ରାପ୍ତ ବିଶିଷ୍ଟ ସ୍ୱାସ୍ଥ୍ୟସେବା ବିଶେଷଜ୍ଞମାନେ ଏଠାରେ ରୋଗୀମାନଙ୍କୁ ଚିକିତ୍ସା ପ୍ରଦାନ କରିବେ ।

୨୦୨୩ ମସିହାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପରିଚାଳିତ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନ୍‌ଆଇଆରଏଫ୍‌)ର ର‌୍ୟାଙ୍କିଙ୍ଗ୍‌ରେ ଦେଶର ୧୬ ତମ ଶ୍ରେଷ୍ଠ ମେଡିକାଲ୍ କଲେଜ ଭାବେ ସ୍ଥାନୀତ ହୋଇଥିବା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ , ଭୁବନେଶ୍ୱର ଦୀର୍ଘ ୧୯ ବର୍ଷ ହେବ ଓଡ଼ିଶା ସମେତ ପୂର୍ବାଂଚଳ ରାଜ୍ୟଗୁଡ଼ିକ ନିମନ୍ତେ ଏକ ନିର୍ଭରଯୋଗ୍ୟ ଓ ଲୋକପ୍ରିୟ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଭାବେ ଉଭା ହୋଇଛି । ଏହି ହସ୍ପିଟାଲ ୨୦୦୫ ମସିହାରେ ରାଜ୍ୟବାସୀଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିଲା । ଡାକ୍ତରୀ ଶିକ୍ଷା ପ୍ରଦାନ କ୍ଷେତ୍ରରେ ନିଜ ର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ମଧ୍ୟ ଏକ ମାଇଲ ଖୁଂଟ ସୃଷ୍ଟି କରିଛି । ଗତ ଜାନୁଆରୀ ମାସ ୨୧ ତାରିଖରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା । ଭୁବନେଶ୍ୱର ଓ କଟକ ମଧ୍ୟବର୍ତୀ ଜାତୀୟ ରାଜପଥ – ୧୬ ନିକଟରେ ଆରମ୍ଭ ହୋଇଥିବା ଏହି ନୂତନ ହସ୍ପିଟାଲ୍‌ରେ ରୋଗୀମାନଙ୍କୁ ଉତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଓ ଅଗ୍ରଣୀ ବୈଷୟିକ ଜ୍ଞାନ କୌଶଳ ସମ୍ପନ୍ନ ବ୍ୟବସ୍ଥା ରହିଛି ।

ସୋଆ ପକ୍ଷରୁ ଭୁବନେଶ୍ୱରରେ ୨୦୨୦ ମସିହାରେ ସମ୍ ଅଲ୍ଟିମେଟ ମେଡିକେୟାର — ଏକ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ମଲ୍ଟି ସୁପର ସ୍ପେଶିଆଲିଟି କ୍ୱାଟରନେରି କେୟାର ହସ୍ପିଟାଲ୍ —- ମଧ୍ୟ ଆରମ୍ଭ କରାଯାଇଛି । ସୋଆର ଏହି ୪ ଟି ହସ୍ପିଟାଲ୍ ଲୋକମାନଙ୍କୁ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ନିମନ୍ତେ ପରସ୍ପରର ସହଯୋଗ କରିବେ । ଏହି ୪ ଟି ହସ୍ପିଟାଲ୍‌ରେ ରାଜ୍ୟ ସରକାରଙ୍କ ଦ୍ୱରା ପ୍ରଚଳିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସୁବିଧା ଉପଲବ୍ଧ । ୨୦୨୦ ମସିହାରେ କୋଭିଡ୍‌-୧୯ ମହାମାରୀର କରାଳ ଛାୟା ସାରା ବିଶ୍ୱର ଜନ ଜୀବନକୁ କବଳିତ କରିଥିବା ବେଳେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଅବିରତ ଓ ଉତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଥିଲା । ସମ୍ କୋଭିଡ ହସ୍ପିଟାଲ୍ ଗୁଡ଼ିକ ଯୋଗୁଁ ହିଁ ଓଡି଼ଶାରେ କରୋନା ମୃତ୍ୟୁ ହାର କମ୍ ରହିଥିଲା ।

୨୦୨୩ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗରେ ବିଶ୍ୱବିଦ୍ୟାଳୟ କ୍ୟାଟେଗୋରିରେ ସୋଆ ଦେଶରେ ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଛି ।
ବୁଧବାର ଏହି ନୂତନ ହସ୍ପିଟାଲର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଶିତଳାପଲ୍ଲୀ କ୍ୟାମ୍ପସ୍ ର ମେଡିକାଲ୍ ସୁପରିଟେଣ୍ଡେଂଟ ଡାକ୍ତର ଆନନ୍ଦ ଶଙ୍କର ଶାସ୍ତ୍ରୀ , ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱର ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର , ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌, ଫୁଲନଖରାର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ରାଜେଶ କୁମାର ଲେଙ୍କା, ଆଇଟିଇଆର୍ ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, ଏସ୍‌ଏଚ୍‌ଏମ୍ ର ଡିନ୍ ପ୍ରଫେସର ସୁଶାନ୍ତ ରଂଜନ ଚଇନି, ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ, ସୁମା ରିଅଲ୍ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ର ସିଇଓ ଶ୍ରୀ ସୁନୀଲ ଦାସ, ଜଏଂଟ୍ ରେଜିଷ୍ଟ୍ରାର ଡକ୍ଟର ଶଶାଙ୍କ ମିଶ୍ର, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ର ଅଫିସର୍ ଅନ୍ ସ୍ପେଶିଆଲ୍ ଡ୍ୟୁଟି ଶ୍ରୀ ପ୍ରହଲ୍ଲାଦ ମହାନ୍ତି, ଚିଫ୍ ଭିଜିଲାନ୍ସ ଅଫିସର୍ ଶ୍ରୀ ଯୁଗଳ ଦାସ, ଲିଗାଲ୍ ଆଫେୟାସ୍ ର ନିର୍ଦ୍ଦେଶକ ଶ୍ରୀ ସଂଜୟ କୁମାର ସାହୁ, କର୍ପୋରେଟ୍ କମ୍ୟୁନିକେସନ୍ ବିଭାଗ ର ନିର୍ଦ୍ଦେଶକ ଶ୍ରୀ ଦେବ ପ୍ରସାଦ ଦାଶ, ଚାଟାର୍ଡ ଆକାଉଂଟାଟ ଶ୍ରୀ ସରୋଜ କାନ୍ତ ସାମଲ, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ବରିଷ୍ଠ ଡାକ୍ତର ପ୍ରଫେସର ସମୀର ସାହୁ, ପ୍ରଫେସର ପ୍ରଦୀପ୍ତ ଶେଖର ପାତ୍ରୋ, ପ୍ରଫେସର ସୁରେନ୍ ଦାଶ, ପ୍ରଫେସର ଈଶ୍ୱର ଚନ୍ଦ୍ର ବେହେରା, ପ୍ରଫେସର ସତ୍ୟସୁନ୍ଦର ଗଜେନ୍ଦ୍ର ମହାପାତ୍ର, ପ୍ରଫେସର ଜେ.ଏନ୍ ସେନାପତି, ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ମୀନତି ମିଶ୍ର, ଫାର୍ମାସୀ ବିଭାଗର ମୁଖ୍ୟ ଡାକ୍ତର ଜସ୍ମିନୀ ପଣ୍ଡା, ବାୟୋ ମେଡିକାଲ୍ ଇଂଜିନିୟରିଂ ବିଭାଗ ମୁଖ୍ୟ ଇଂ ମନୋରମା ପରିଡା, କ୍ୱାଲିଟି ବିଭାଗର ମୁଖ୍ୟ ଡକ୍ଟର ଅରୋଲିପି ଦାସ ଓ ଡେପୁଟି ଡାଇରେକ୍ଟର ଶ୍ରୀ ପ୍ରିୟବ୍ରତ ଦାସଙ୍କ ସମତେ ଅନ୍ୟାନ୍ୟ ବରିଷ୍ଠ ଡାକ୍ତର, ନର୍ସ, ପାରାମେଡିକ୍ସ ଓ ଅନ୍ୟାନ୍ୟ କର୍ମକର୍ତା ଉପସ୍ଥିତ ଥିଲେ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button