ରାଜନୀତି

ଶିଳ୍ପ କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଓଡ଼ିଶା ଆଗରେ: ବିଜେଡ଼ି – Ibnodisha

[ad_1]

– ୫ ବର୍ଷରେ ୧୧.୬୩ ଲକ୍ଷ କୋଟି ଟଙ୍କାର ନିବେଶ ହୋଇଛି
– ବନ୍ଦର ପରିଚାଳନା କ୍ଷମତା ବାର୍ଷିକ ୨୦ ନିୟୁତ ମେଟ୍ରିକ ଟନ୍‌ରୁ ୧୭୬ ମେଟ୍ରିକ ଟନ୍‌ରେ ପହଞ୍ଚିଛି
– ସ୍କିଲ ଡେଭଲପମେଣ୍ଟ କ୍ଷେତ୍ରରେ ରାଜ୍ୟକୁ ମିଳିଛି ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର : ଶିଳ୍ପାୟନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରି ଥିବାରୁ ଓଡ଼ିଶାରେ ଗତ ୭ ବର୍ଷ ମଧ୍ୟରେ ଖାଦ୍ୟ ପ୍ରକ୍ରିୟା କରଣ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, ଇଭି ଯାନ, ପ୍ଲାଷ୍ଟିକ ଓ କେମିକାଲ, ପର୍ଯ୍ୟଟନ ତଥା ମେଟାଲଡାଉନଷ୍ଟ୍ରିମ ଶିଳ୍ପ କ୍ଷେତ୍ରରେ୧୧.୬୩ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଫଳରେ ୭ ଲକ୍ଷରୁ ଉର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ ସୃଷ୍ଟିଭ ହୋଇଛି ବୋଲି ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡ଼ି ଜାତୀୟ ମୁଖପାତ୍ର ଶ୍ରୀ ସଂତୃପ୍ତ ମିଶ୍ର ।

ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ, ଆରବିଆଇ ରିପୋର୍ଟ ଅନୁଯାୟୀ ପୁଞ୍ଜି ନିବେଶ କ୍ଷେତ୍ରରେ ସର୍ବଭାରତୀ ୟସ୍ତରରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଥିବାବେଳେ ସିଏମ୍‌ଆଇ ଓ ସିଆଇଆଇ ରିପୋର୍ଟରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି । ଗତ ୭ ବର୍ଷ ଭିତରେ ରପ୍ତାନୀ ପରିମାଣ ପାଖାପାଖି ଦୁଇଗୁଣ ହୋଇପାରିଛି । ଗଲା ଦୁଇ ଦଶନ୍ଧି ମଧ୍ୟରେ ସିମେଣ୍ଟ ଉତ୍ପାଦନ ୨୨ ଗୁଣା ବୃଦ୍ଧି ହେବା ସହ ଷ୍ଟିଲ ଉତ୍ପାଦନରେ ପ୍ରାୟ ୧୫ ଗୁଣା ବୃଦ୍ଧି ହୋଇ ପାରିଛି । ଟେକ୍ସଟାଇଲ, କେମିକାଲ, ପ୍ଲାଷ୍ଟିକ, ଗ୍ରୀନ ହାଇଡ୍ରୋଜେନ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ବହୁ ବଡ଼ ବଡ଼ ପୁଞ୍ଜି ନିବେଶକାରୀ ଆଜି ଓଡ଼ିଶାରେ ପୁଞ୍ଜି ନିବେଶ କରୁଛନ୍ତି । ବନ୍ଦର ପରିଚାଳନା କ୍ଷମତା ୨୦ ମେଟ୍ରିକ ଟନରୁ ବୃଦ୍ଧି ପାଇ ଆଜି ୧୭୬ ମେଟ୍ରିକ ଟନ୍‌ରେ ପହଞ୍ଚି ପାରିଛି । ରାଜ୍ୟର ଯୁବ ଶକ୍ତିର ଦକ୍ଷତା ବିକାଶକୁ ଗୁରୁତ୍ୱ ଦେବା ଫଳରେ ନୂତନ ପୁଞ୍ଜିନି ବେଶକାରୀ ମାନେ ରାଜ୍ୟର‘ଦକ୍ଷତା ବିକାଶ ବିଭାଗ’ସହିତ ସମନ୍ୱୟ ରକ୍ଷାକରି ‘ସ୍କିଲ୍‌ଡଇନ୍‌ଓଡ଼ିଶା’ ଯୁବ ଶକ୍ତିକୁ ନିଯୁକ୍ତି ମିଳି ପାରୁଛି । ଶାସନରେ ସ୍ୱଚ୍ଛତା ଅବଲମ୍ବନ କରାଯିବା ଫଳରେ ରାଜସ୍ୱ ବଳକା ରାଜ୍ୟ ହେବା ସହ ଓଡ଼ିଶା ଆଜି ଆର୍ôଥକ ପରିଚାଳନାରେ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିପାରିଛି ।

ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଓ ସୁଶାସନ ଲାଗି ବହୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ନିବେଶକମାନେ ଓଡ଼ିଶାରେ ପୁଞ୍ଜି ନିବେଶକରିବାକୁ ଆକୃଷ୍ଟ ହେଉଛନ୍ତି । ରାଜ୍ୟ ଅର୍ଥନୀତିର ରୂପରେଖ ବଦଳିଛି । ବ୍ୟାପକ ଶିଳ୍ପାୟନ ପାଇଁ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ଲାଗି ଆଜି ଓଡ଼ିଶା ଅର୍ଥନୀତିକୁ ଶିଳ୍ପକ୍ଷେତ୍ରରୁ ୪୧.୩ ପ୍ରତିଶତ ରାଜସ୍ୱ ମିଳିପାରୁଛି, ଯାହାକି ଅନ୍ୟ ରାଜ୍ୟ ଓ ଜାତୀୟସ୍ତରରେ ଶିଳ୍ପ କ୍ଷେତ୍ରରୁ୨୮.୫ ପ୍ରତିଶତ ରାଜସ୍ୱ ମିଳୁଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ରୂପାନ୍ତରଣ ଯାତ୍ରା କ୍ଷୀପ୍ର ଗତିରେ ଆଗେଇ ଚାଲିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି । ଏହ ିସାମ୍ବାଦିକ ସମ୍ମିଳନୀରେ ଦଳର ଅନ୍ୟତମ ଜାତୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ଉପସ୍ଥିତ ଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button