ରାଜ୍ୟ

ଆଗକୁ ବଢିବ ରାତ୍ରିର ତାପମାତ୍ରା – Ibnodisha

[ad_1]

ଭୁବନେଶ୍ୱର : ମାଘ ମାସରେ ଶୀତ ପରିବର୍ତ୍ତେ ଅସହ୍ୟ ଖରା ହେଉଛି। ରାତିର ତାପମାତ୍ରା ମଧ୍ୟ ସ୍ୱାଭାବିକ ଠାରୁ ଅଧିକ ରହୁଛି। ଆଗକୁ ବି ରାତିର ତାପମାତ୍ରା ଆହୁରି ବଢ଼ିବ। ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୨ ଡିଗ୍ରୀ ଅଧିକ ରହିବ ବୋଲି ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କେନ୍ଦ୍ରୀୟ ସୂଚନା ମୁତାବକ ଗୁରୁଚାପ ବଳୟର ସକ୍ରିୟତା ବୃଦ୍ଧି ପ୍ରଭାବରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଛି। ତାପମାତ୍ରା ବୃଦ୍ଧି ଯୋଗୁ ଆଗାମୀ ୬ରୁ ୭ ଦିନ ଯାଏ ଶୀତର କୌଣସି ସମ୍ଭାବନା ନଥିବା କେନ୍ଦ୍ର କହିଛି।ରାତିର ତାପମାତ୍ରା ଅଧିକ ରହୁଥିଲେ ହେଁ ଭୋର ସମୟରେ ପ୍ରବଳ ଘନ କୁହୁଡ଼ି ଅନୁଭୂତ ହେଉଛି। ଘନ କୁହୁଡ଼ି ସମୟରେ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦ ମିଟର ମଧ୍ୟରେ ସୀମିତ ରହୁଥିବାରୁ ଜାତୀୟ ରାଜପଥରେ ଯାତାୟାତ କରୁଥିବା ଯାନବାହାନ ଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତେଣୁ ଯାତାୟାତ ସମୟରେ ଅଧିକ ସତର୍କତା ଅବଲମ୍ବନ କରିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।ଆସନ୍ତାକାଲି ସକାଳ ୮.୩୦ ଯାଏ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ଦେଖାଯାଇ ପାରେ। ଏଥିପାଇଁ ପାଣିପାଗ କେନ୍ଦ୍ର ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।ସେହିପରି ୧୯ ତାରିଖ ସକାଳ ୮.୩୦ରୁ ୨୦ ତାରିଖ ସକାଳ ୮.୩୦ ଯାଏ କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୋନପୁର, ବୌଦ୍ଧ, ପୁରୀ, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର ଓ ସମ୍ବଲପୁରର ଗୋଟିଏ ଦୁଇ ସ୍ଥାନରେ ଘନ କୁହୁଡ଼ି ଦେଖାଯିବ। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

The post ଆଗକୁ ବଢିବ ରାତ୍ରିର ତାପମାତ୍ରା appeared first on ONA KHABAR.

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button