ଦେଶ

ଭୟଙ୍କର ଅଗ୍ନିକାଣ୍ଡ; ଜଳିଗଲା ଅନେକ ଘର – Ibnodisha

[ad_1]

ନୂଆଦିଲ୍ଲୀ : ଦିଲ୍ଲୀରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ୧୩୦ ରୁ ଅଧିକ ଘରଗୁଡିକ ଜଳି ପୋଡି ନଷ୍ଟ ହୋଇଯାଇଛି । ସୂଚନା ଅନୁସାରେ, ଦିଲ୍ଲୀର ଶାହବାଦ ଡାଏରୀ ଅଞ୍ଚଳରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଯାହାପ୍ରଭାବରେ ୧୩୦ ଘର ଜଳି ଯାଇଛି । ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ, ସ୍ଥାନୀୟ ଅଂଚଳ ଧୂଁଆମୟ ହୋଇଯାଇଥିଲା । ସ୍ଥାନୀୟ ଲୋକ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ, ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ । ବହୁ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଲିଭାଇଥିଲେ । ନିଆଁ କିପରି ଲାଗିଲା ତାର କାରଣ ଏ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଦିଲ୍ଲୀ ଅଲୀପୁର ମାର୍କେଟରେ ଥିବା ରଙ୍ଗ କାରଖାନାରେ ଲାଗିଥିବା ନିଆଁ ଶାହବାଦ ଡାଏରୀ ଅଞ୍ଚଳକୁ ବ୍ୟାପି ଏତେ ବଡ଼ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳୁଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button