ରାଜ୍ୟ

ବଜ୍ରପାତ ଓ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି – Ibnodisha

[ad_1]

ଭୁବନେଶ୍ବର : ଗତ କିଛିଦିନ ଧରି ହେଉଥିବା ଅସହ୍ୟ ତାତିରୁ ରାଜ୍ୟବାସୀଙ୍କୁ ତ୍ରାହୀ ମିଳିଛି । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହୋଇଛି । ଫଳରେ ଓଡ଼ିଶାରେ ପାରଦ ତଳମୁହାଁ ହୋଇଛି । ଆକାଶ ମେଘୁଆ ସହ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହ କିଛି ସ୍ଥାନରେ ଝିପଝିପ୍‌ ବର୍ଷା ହୋଇଛି । ଏହାସହ ରାଜ୍ୟରେ ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି । ସେପଟେ ବଜ୍ରପାତ ଓ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ପାଗ ଲାଗିରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।ଆଜିଠାରୁ ରାଜ୍ୟରେ ପଶ୍ଚିମା ଝଡର ସର୍ବାଧିକ ପ୍ରଭାବ ରହିବ । ଏହି ପ୍ରଭାବକୁ ନେଇ ଉପକୂଳ ଓଡିଶାର ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ ତଥା ଆଭ୍ୟନ୍ତରୀଣ ଓଡ଼ିଶାର ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଭଳି କିଛି ଜିଲ୍ଲାରେ ମେଘୁଆ ଆକାଶ ସହ କୋହଲା ପାଗ ତଥା ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇଛି । ଏହାସହ ଘଡଘଡି ବିଜୁଳି ସହ ବଜ୍ରପାତ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହାସହ ଦେବଗଡ, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବାକି ଓଡ଼ିଶାର ଜିଲ୍ଲାରେ ପାଗ ଶୁଖିଲା ରହିବ । ୨୫ ତାରିଖରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ରାୟଗଡା, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ ଏବଂ କେନ୍ଦୁଝରରେ ହାଲୁକା ବର୍ଷା ହେବ । ୨୬, ୨୭ ଏବଂ ୨୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ଆକଳନ କରାଯାଇଛି । ବର୍ଷା ପ୍ରଭାବରେ ଦିନର ତାପମାତ୍ରା କମ୍ ରହିଲେ ବି ରାତ୍ରୀର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button