ଦେଶ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ – Ibnodisha

[ad_1]

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଜନପୁର ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟରକୁ ଯାତ୍ରୀବାହୀ ବସ୍ ଧକ୍କା ଦେଇଛି । ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବସ୍‌ରେ ଥିବା ୩ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ବସ୍‌ଟି ଜନପୁରର ସମାଦଗଞ୍ଜର ରାୟବରେଲି ରାଜପଥରେ ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ବ୍ୟକ୍ତି ସିକରାର ଅଞ୍ଚଳର ବୋଲି ଜଣାପଡିଛି। ୩ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button