ଦେଶ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୫ ମୃତ – Ibnodisha

[ad_1]

ଗୁଜୁରାଟ : ରବିବାର ବିଳମ୍ବିତ ରାତିରେ ଗୁଜୁରାଟର ବଡୋଦରାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଗୋଟେ କଣ୍ଟେନରକୁ ଧକ୍କା ଦେଇଛି କାର । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଯାଇଛି । ବିଳମ୍ବିତ ରାତିରେ କଣ୍ଟେନରଟି ରାସ୍ତା କଡ଼ରେ ଛିଡା ହୋଇଥିବା ସମୟରେ ପଛପଟୁ ଗୋଟେ କାର ଆସି କଣ୍ଟେନରକୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ କାରରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ମଧ୍ୟରୁ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ମୃତକଙ୍କ ଶବକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାସ୍ଥଳରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button