ରାଜ୍ୟ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ – Ibnodisha

[ad_1]

pm modi bihar election

ଭୁବନେଶ୍ୱର : ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଆୟୋଜନ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ୨୦ହଜାର କୋଟି ଟଙ୍କାରୁ ଊଦ୍ଧ୍ୱର୍ ତୈଳ ଏବଂ ଗ୍ୟାସ୍‍, ରେଳବାଇ, ରାସ୍ତା, ପରିବହନ ଏବଂ ଆଣବିକ ଶକ୍ତି କ୍ଷେତ୍ରର ବିଭିନ୍ନ ଉନ୍ନୟନମୂଳକ ବିଭିନ୍ନ ପ୍ରକଳ୍ପର ପ୍ରଧାନମନ୍ତ୍ରୀ ଶିଳାନ୍ୟାସ ଏବଂ ଉଦ୍‍ଘାଟନ କରିବେ । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ଦିନକୁ ୫୦ଲକ୍ଷ ଲିଟର କ୍ଷମତାବିଶିଷ୍ଟ ସମୁଦ୍ର ଜଳରୁ ଲବଣ ଅପସାରଣ କାରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବା ସହିତ ୭୭ କିଲୋମିଟର ଚଣ୍ଡିଖୋଲ-ପାରାଦ୍ୱୀପ ସେକ୍ସନର ୮ଲେନ୍‍ କରିବା ପାଇଁ ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ଆଜି ଲୋକାର୍ପଣ ଏବଂ ଶିଳାନ୍ୟାସ କରୁଥିବା ପ୍ରକଳ୍ପଗୁଡ଼ିକ ଯୋଗୁଁ ୬୦ଲକ୍ଷ ଶ୍ରମଦିବସର ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି ସରକାରଙ୍କ ତରଫରୁ କୁହାଯାଇଛି । ଏହାବ୍ୟତୀତ ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଛତିଶଗଡ ମଧ୍ୟରେ ଉନ୍ନତ ଯୋଗାଯୋଗ ସ୍ଥାପନ ହୋଇପାରିବ । ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ। ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ ହେବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିବେ । ଏସବୁ ଉନ୍ନୟନମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

The post ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ appeared first on ONA KHABAR.

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button