ଆଜିର ଅନୁଚିନ୍ତା – Ibnodisha

[ad_1]

ଦୁନିଆରେ ଯିଏ ଯାହା ମାଗେ ଯଦି ମିଳିଯାନ୍ତା ତେବେ ଭଗବାନଙ୍କ ଅବଶ୍ୟକତା ରୁହନ୍ତା ନାହିଁ ,ଯେତିକି ମିଳିଛି ସେତିକିରେ ସନ୍ତୁଷ୍ଟ ହେବା ଶିଖ କାରଣ କାମନାର ବେ ବିନାଶରେ ଦୁଃଖର ବିନାଶ ll
ବିଶ୍ବାସ ଓ ନିଶ୍ବାସ ଦୁଇଟିଯାକ ଏକା ଭଳି ଜିନିଷ ନିଶ୍ବାସ ବନ୍ଦ ହୋଇଗଲେ ମଣିଷ ମରିଯାଏ ଆଉ ବିଶ୍ବାସ ସରିଗଲେ ସମ୍ପର୍କ ସରିଯାଏ ll
ସୁଖ ଓ ଦୁଃଖ ସବୁବେଳେ ସମସ୍ତଙ୍କ ପାଖକୁ ଆସିଥାଏ ଗର୍ବ କରନ୍ତୁ ନାହିଁ ଯେତେବେଳେ ସୁଖ ତୁମ ପାଖରେ ଆସି ଥାଏ ଆଉ ଦୁଃଖ ସମୟରେ ଧର୍ଯ୍ୟର ସହିତ ଅପେକ୍ଷା କରନ୍ତୁ ଆଜି ନ ହେଲେ କାଲି ସୁଖ ନିଶ୍ଚୟ ଆସିବ ll
.”ମିତ୍ର”ହେଉଛି ମନୁଷ୍ୟର ଏପରି ଏକ ଅମୂଲ୍ୟ ରତ୍ନ ଯାହାର ଉପସ୍ଥିତି ଆଉ ଉପକାରିତା କେବଳ ଭାଗ୍ୟବାନ ବ୍ୟକ୍ତି ହିଁ ଉପଲବ୍ଧି କରିଥାନ୍ତି….
ଅଦ୍ୟ ମାର୍ଚ୍ଚ ମାସ ୦୮ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ତ୍ରୟୋଦଶୀ ରାତ୍ରି ଘ୧୦/୧୬ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଶ୍ରାବଣ। ଦିବା ଘ୧୧/୨୯ ପର୍ଯ୍ୟନ୍ତ ତଦନ୍ତେ ଧନିଷ୍ଟା
ଚନ୍ଦ୍ର- ମକର ରାତ୍ରି ଘ୧୦/୧୦ ପର୍ଯ୍ୟନ୍ତ ତଦନ୍ତେ କୁମ୍ଭ
ଯୋଗ- ଶିବ
କରଣ – ବାଣିଜ୍ୟ
ସୌରମାସ- କୁମ୍ଭ ୨୫ ଦିନ
ଅଦ୍ୟ ମହା ଶିବରାତ୍ରି
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୫/୦୬
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୧/୫୯
*✧═════•❁❀
ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୧୬ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ବିଛା ,ଧନୁ ଓ ମୀନ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୯/୦୦ ଗତେ ଘ୧୧/୫୬ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୪୦ମଧ୍ୟେ ଓ ଘ୦୮/୨୬ ଗତେ ଘ୦୮/୫୯ ମଧ୍ୟେ ଓ ଘ୦୧/୧୫ ଗତେ ଘ୦୨/୫୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୪୦ ଗତେ ଘ୧୧/୩୦ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ
═✧══•❁❀❁•═════✧
ରାଶି ଫଳ ✧═════•❁❀❁•═════✧
ମେଷ
ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।
✧═════•❁❀❁•═════✧
ବୃଷ
ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କିନ୍ତୁ ମନୋରଞ୍ଜନ ପ୍ରୀତିପ୍ରଦ ହେବ ନାହିଁ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା,ଏଜେନ୍ସିରେ ସମସ୍ୟା ଦୂର ହେବ।
✧═════•❁❀❁•═════✧
ମିଥୁନ
ଆଜି ଅଧିକ ବ୍ୟୟ ହେବ । ଯାହା ଖୋଜୁଥିବେ ତାହା ପାଇବେ ନାହିଁ, ବରଂ ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ସଭା ସମିତିରେ ସୁବିଧା ଓ ସୁଯୋଗ ଲାଭ କରିବେ। ସାଧାରଣ କଥାରେ ଯୁକ୍ତି ତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
✧═════•❁❀❁•═════✧
କର୍କଟ
ଆଜି ପାପଗ୍ରହମଧ୍ୟସ୍ଥ ରାଶ୍ୟାଧିପ ହେତୁ ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସୁଯୋଗ ହରାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କେତେକ ଘରୋଇ କାରଣକୁ ନେଇ ଅଶାନ୍ତ ରହିବେ।
✧═════•❁❀❁•═════✧
ସି˚ହ
ଆଜି କୌଣସି ସ୍ଥାନକୁ ଯିବା ସମୟରେ ନିଜ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଗୁରୁକ୍ଷେତ୍ରସ୍ଥ ମଙ୍ଗଳଙ୍କ ଯୋଗୁ ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଅଫିସରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
✧═════•❁❀❁•═════✧
କନ୍ୟା
ଆଜି କର୍ମକ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକାମିରେ ପଡ଼ିବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଷ୍ଟେସନାରି ଜିନିଷ, ଧାତୁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଯାତ୍ରା ଓ ପରିବହନ ପାଇଁ ଦିନଟି ଭଲ।
✧═════•❁❀❁•═════✧
ତୁଳା
ଆଜି ଖରାପ୍ ଗ୍ରହଙ୍କ ପ୍ରଭାବରେ ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନରେ ସତର୍କ ରହିବା ଭଲ ହେବ। କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।
✧═════•❁❀❁•═════✧
ବିଛା
ଆଜି ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି ନିଜ କାମରେ ମନଦେବା ଭଲ ହେବ। ଜ୍ୟେଷ୍ଠା ନକ୍ଷତ୍ର ଅନ୍ୟମାନଙ୍କ ବିଷୟ ଚିନ୍ତାକରି ନିଜ ପ୍ରତି ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାରେ ସମର୍ଥ ହେବେ।
✧═════•❁❀❁•═════✧
ଧନୁ
ଆଜି ପାପଯୁକ୍ତ ଗୁରୁ ଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗିରହୁଥିବାରୁ କୌଣସି କାମ ଉତ୍ସାହଜନକ ହୋଇ ନ ପାରେ। ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍ ସମ୍ପର୍କୀୟ ଚିନ୍ତା କରିପାରନ୍ତି।
✧═════•❁❀❁•═════✧
ମକର
ଆଜି ସ୍ବନକ୍ଷତ୍ରସ୍ଥ ଉଚ୍ଚାଂଶରେ ଓ ପାପଗ୍ରହ ମଧ୍ୟସ୍ଥ ହେତୁ ଅସ୍ଥିରତା ଲାଗିରହିବ। ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସମ୍ଭାବନା ରହିଛି। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ। ପ୍ରିୟ ବନ୍ଧୁ ମାନଙ୍କଠାରୁ ଆଦର ଅଭ୍ୟର୍ଥନା ମିଳିବ।
✧═════•❁❀❁•═════✧
କୁମ୍ଭ
ଆଜି ପୂର୍ବପରି ସବୁ କିଛି ଠିକ୍ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। କାର୍ଯ୍ୟସିଦ୍ଧି ମନରେ ପ୍ରଫୁଲ୍ଲତା ଆଣିପାରେ।
✧═════•❁❀❁•═════✧
ମୀନ
ଆଜି ଭାଗ୍ୟସ୍ଥାନ ପ୍ରତି ଶୁଭ ଗ୍ରହଙ୍କ ଦୃଷ୍ଟି ଯୋଗୁ ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ନୂତନ ଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହୋଇପାରନ୍ତି। ବାଦବିବାଦରେ ଆପୋସ ସମାଧାନ ଘଟିବ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।
The post ଆଜିର ଅନୁଚିନ୍ତା appeared first on ONA KHABAR.
[ad_2]




