ରାଜ୍ୟ

ଆଜି ହେଉଛି ଅନ୍ତର୍ଜାତୀୟ ମହିଳା ଦିବସ – Ibnodisha

[ad_1]

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଇ ଆସୁଛି । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତିକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତା ଓ ପାରଦର୍ଶିତାକୁ ପାଳନ କରିବା ଏହି ଦିନର ଉଦ୍ଦେଶ୍ୟ । ଏହାସହ ମହିଳାଙ୍କ ପାଇଁ ଅଧିକାର ଓ ସୁଯୋଗର ସମାନତା ନେଇ ଅଧିକରୁ ଅଧିକରୁ ସଚେତନତା ସୃଷ୍ଟି ପାଇଁ ମଧ୍ୟ ଏହି ଦିନ ପାଳନ ହୋଇଥାଏ । ମହିଳାମାନେ ଆଜିର ଯୁଗରେ ସବୁ କ୍ଷେତ୍ରରେ ଆଗକୁ ବଢ଼ିଲେଣି । ଅନେକ କ୍ଷେତ୍ରରେ ସେମାନେ ପୁରଷଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି । ଚାଷ କାମ ଠାରୁ ଆରମ୍ଭ କରି ମହାକାଶ ଯାତ୍ରା ହେଉ କି କ୍ରୀଡ଼ା, ବିଜ୍ଞାନ ସବୁ କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କଲେଣି ମହିଳାମାନେ । ତେବେ ସେମାନେ କିପରି ଆହୁରି ଆଗକୁ ଆଗକୁ ବଢ଼ିପାରିବେ, ସେ ନେଇ ଆଲୋଚନା ହୁଏ । ଅନ୍ତର୍ଜାତୀୟ ମହିଳା ଦିବସରେ ଚଳିତ ବର୍ଷ ଥିମ୍ ରହିଛି “ ଇନଭେଷ୍ଟ ଇନ୍ ୱିମେନ୍: ଆସିଲିରେଟ ପ୍ରୋଗେସ’ ବା ମହିଳାଙ୍କ ଉପରେ ନିବେଶ ପ୍ରଗତିକୁ କରିବ ତ୍ୱରାନ୍ୱିତ । ସାରା ବିଶ୍ୱରେ ଏହି ଦିବସକୁ ପାଳନ କରାଯାଉଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button