ରାଜ୍ୟ

ଭିନ୍ନ ବିଭାଗର ୧୨୯୪ ଜଣ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର : ଆଜି ରାଜ୍ୟ ସରକାରଙ୍କ ନିଯୁକ୍ତି ପର୍ବରେ ୧୨୯୪ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ବିଦ୍ୟାଳୟ ଓ ଗଣଶିକ୍ଷା, ଅର୍ଥ, ଗ୍ରାମ୍ୟ ଉନ୍ନୟନ, କ୍ରୀଡ଼ା ଓ ଯୁବସେବା, ଇସ୍ପାତ ଓ ଖଣି, ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା, ଉଚ୍ଚ ଶିକ୍ଷା, ଗୃହ ବିଭାଗରେ ନିଯୁକ୍ତି ପତ୍ର ବଣ୍ଟନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗ ଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ । ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହେବ ନିଯୁକ୍ତି ପର୍ବ କାର୍ୟ୍ୟକ୍ରମ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି । ଅର୍ଥ ବିଭାଗରେ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ ଜଣ କନିଷ୍ଠ କିରାଣୀ ଏବଂ ୮ ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ । ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇବେ । କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତି କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ । ଇସ୍ପାତ ଓ ଖଣି, ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା, ଉଚ୍ଚ ଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button