ଦେଶ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ ମୃତ – Ibnodisha

[ad_1]

ରାଜସ୍ଥାନ : ରାଜସ୍ଥାନର ଟୋଙ୍କ ଜିଲ୍ଲାରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ବିବାହ ସମାରୋହରେ ଯୋଗ ଦେଇ କାର୍‌ ଯୋଗେ ଫେରୁଥିବା ଏକ ପରିବାର ଦୁର୍ଘଟଣାରେ ଛାରଖାର ହୋଇ ଯାଇଛି। ଘଟଣାସ୍ଥଳରେ ହିଁ ବାପାଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ଦୁର୍ଘଟଣାରେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି। ରାଜସ୍ଥାନର ପଚେୱର ଗାଁର ଗମ୍ଭୀର ମଲ ଜୈନ ନିଜ ପରିବାର ସହ ଜଣେ ସମ୍ପର୍କୀୟଙ୍କ ବିବାହ ସମାରୋହକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ବାଜୋଲାବ ଗାଁ ନିକଟରେ କାର୍‌ଟି ନିୟନ୍ତ୍ରଣ ହରାଇ ଏକ ପୋଲ ବାଡାରେ ପିଟି ହୋଇଥିଲା। ଏହି ଦୁର୍ଘଟଣା ଏତେ ଜୋର ଥିଲା ଯେ ଘଟଣାସ୍ଥଳରେ ଗାଡ଼ି ଚଳାଉଥିବା ଗମ୍ଭୀର ମଲ ଜୈନ ଓ ପଛରେ ବସିଥିବା ତାଙ୍କ ଝିଅଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକେ ତୁରନ୍ତ ପହଞ୍ଚି କାର୍‌ରୁ ସମସ୍ତଙ୍କୁ ବାହାର କରି ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ଗମ୍ଭୀର ମଲ ଜୈନ ଓ ତାଙ୍କ ଝିଅଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁର୍ଘଟଣାରେ ଆଉ ଦୁଇ ଜଣ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ପ୍ରଚାରିତ ହେବା ପରେ ପଚେୱର ଗାଁରେ ଶୋକର ଛାୟା ଖେଳି ଯାଇଛି। ଉଭୟ ବାପଝିଅଙ୍କ ଜୁଇ ଏକ ସଙ୍ଗେ ଜଳିଛି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ଗମ୍ଭୀର ମଲ ଜୈନଙ୍କ ଆଖି ଲାଗି ଯାଇଥିବାରୁ ଏପରି ଦୁର୍ଘଟଣା ଘଟିଥିବା ପୁଲିସ୍‌ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button