ରାଜ୍ୟ

ମିଶନ ଶକ୍ତି ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ  – Ibnodisha

[ad_1]

ଭୁବନେଶ୍ବର : ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ  ଆଜି  ମୁଖ୍ୟମନ୍ତ୍ରୀ  ଶ୍ରୀ  ନବୀନ  ପଟ୍ଟନାୟକ ଘୋଷଣା  କରିଛନ୍ତି ।  ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନ କୁ ସମ୍ମାନ ଜଣାଇବା  ସହ  ସେମାନ ଙ୍କୁ ଉତ୍ସାହିତ  କରିବା  ପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି । ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ  ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।

• MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ 6750 ଟଙ୍କା ରୁ  10750 ଟଙ୍କା ପାଇବେ ।

• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।

• CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।

ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି ।

ସୂଚନାଯୋଗ୍ୟ  ଯେ  5T ଅଧ୍ୟକ୍ଷଙ୍କ  ଜିଲ୍ଲା  ଗସ୍ତ  ସମୟରେ community  support staff ମାନେ  ତାଙ୍କୁ  ଭେଟି  ସେମାନଙ୍କ  ପ୍ରୋତ୍ସାହନ  ରାଶି  ବୃଦ୍ଧି  ବିଷୟରେ  ତାଙ୍କ  ଦୃଷ୍ଟି  ଆକର୍ଷଣ  କରିଥିଲେ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button