ରାଜ୍ୟ

ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ବିଭିନ୍ନ ସେବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା – Ibnodisha

[ad_1]

ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି,
ମହିଳା କର୍ମଚାରୀମାନଙ୍କ ପାଇଁ ୧୮୦ ଦିନର ମାତୃତ୍ୱ ଛୁଟି
୧୬ ବର୍ଷ ପରେ ଉଚ୍ଚତର ବେତନ ହାର ସ୍ତରରେ Placement Scale ସୁବିଧା,
ଅନୁକମ୍ପାମୂଳକ ସହାୟତା ରାଶିରେ ବୃଦ୍ଧି
ଉପକୃତ ହେବେ ପ୍ରାୟ ୧୭,୫୦୦ କର୍ମଚାରୀ
5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା 9ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ।

ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନ ର ମାତୃତ୍ଵ ଛୁଟି ମିଳିବ। ବ୍ଲକ ଗ୍ରାଣ୍ଟ ପାଇବା ଦିନ ଠାରୁ ୧୬ ବର୍ଷ ପରେ, ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ Placement Scale ସୁବିଧା ପ୍ରଦାନ କରାଯିବ । ସେହିପରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା (Ex-Gratia) ରାଶି ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କା କୁ ଏବଂ ୧.୫୦ ଲକ୍ଷରୁ ୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ଇତି ମଧ୍ଯରେ କ୍ଯାବିନେଟ, ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଷାଠିଏ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନ ରାଶି ଭାବରେ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଯଥାକ୍ରମେ 10 ଲକ୍ଷ ଓ 5 ଲକ୍ଷ ଟଙ୍କା ପ୍ରଦାନ ପାଇଁ ନିଷ୍ପତ୍ତି ମଧ୍ଯ ନେଇଛନ୍ତି । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ବ୍ଲକ ଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ପ୍ରାୟ ୧୭,୫୦୦ କର୍ମଚାରୀ ଉପକୃତ ହେବେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button