ରାଜ୍ୟ

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ସ୍ୱାସ୍ଥ୍ୟ ବୀମା ରାଶି ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି
ଗୁରୁତର ରୋଗ କ୍ଷେତ୍ରରେ ଅତିରିକ୍ତ ୫ ଲକ୍ଷ ଟଙ୍କା
ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ
ବିଭିନ୍ନ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା,
ପ୍ରତିଥର ପାଇଁ ୫୦ ହଜାର ଟଙ୍କା ସହାୟତା,
ସର୍ବାଧିକ ତିନି ଥର ପାଇଁ ଦିଆଯିବ
ବିଭିନ୍ନ କଲ୍ୟାଣ ଯୋଜନା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ଦେଲେ ୧୦.୮୫ କୋଟି ଟଙ୍କା
5T ଅଧ୍ୟକ୍ଷଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରିଦର୍ଶନ ଓ ପୁରୀ ଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି।

ସୂଚନାଯୋଗ୍ୟ ଯେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଅନେକ ଥର ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେବାୟତମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତାଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ସେବାୟତମାନଙ୍କ କଲ୍ୟାଣ ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି। ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥଙ୍କ ସେବାୟତ ଓ ତାଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।

ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା NEET, JEE ଓ Civil Service Coaching ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ। ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button