ରାଜ୍ୟ

ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ – Ibnodisha

[ad_1]

ପୁରୀ: ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ। ଏ ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ଏହା ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button