ରାଜ୍ୟ

୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ – Ibnodisha

[ad_1]

ଭୁବନେଶ୍ଵର : ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ପ୍ରଜା ମଣ୍ଡଳ ଆନ୍ଦୋଳନର ପୁରୋଧା ଓଡିଶା ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି । ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହିତ ସ୍ମୃତି museum ଏବଂ ଭୁବନେଶ୍ବରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ସବୁ କାର୍ଯ୍ୟ କରାଯାଇଛି।

ଏଥିପାଇଁ ପବିତ୍ର ମୋହନ ସ୍ମୃତି ପରିଷଦ ଗଭୀର ସନ୍ତୋଷ ପ୍ରକାଶ କରିଛି। ପରିଷଦ ପକ୍ଷରୁ ଆଜି ପବିତ୍ର ମୋହନଙ୍କ ନାତୁଣୀ ରଞ୍ଜିତା ରାଣୀ ପ୍ରଧାନ. ଓ ସମିତିର ଅନ୍ୟ ସଦସ୍ୟ ମାନେ ଆଜି ନବୀନ ନିବାସ ଠାରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ୍ ଜଣାଇ ଥିଲେ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ମଧ୍ୟ ଜଣାଇ ଥିଲେ। ସେମାନେ କହିଥିଲେ ପବିତ୍ର ମୋହନଙ୍କ ସ୍ମୃତି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ତାଙ୍କ ସ୍ମୃତିକୁ ଚିର ଦିନ ପାଇଁ ଉଜ୍ଜଳ କରି ରଖିବ।

୫ଟି ଅଧ୍ୟକ୍ଷ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ବରପୁତ୍ର ମାନଙ୍କ ପ୍ରତି ଗଭୀର ସମ୍ମାନ କରନ୍ତି। ସେମାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ପଦକ୍ଷେପ ନେଇଛନ୍ତି। ପବିତ୍ର ମୋହନ ରାଜ୍ୟର ଯୁବ ସମାଜ ପାଇଁ ଆଦର୍ଶ। ତାଙ୍କ ସ୍ମୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ସେ କହିଥିଲେ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button