ରାଜନୀତି

ଆଜି ଅପରାହ୍ନ ୪ଟା ୩୦ରେ ନବୀନ ନିବାସରେ ହେବ ବୈଠକ – Ibnodisha

[ad_1]

ଭୁବନେଶ୍ୱର:   ଆଜି ନବୀନ ନିବାସରେ ବସୁଛି ବିଜେଡିର ବଡ଼ ବୈଠକ । ଅପରାହ୍ନ ୪ଟା ୩୦ରେ ବୈଠକ ହେବ ବୋଲି କୁହାଯାଉଛି । ବରିଷ୍ଠ ନେତା ମାନଙ୍କ ସହ ଜିଲ୍ଲା ପର୍ୟ୍ୟବେକ୍ଷକ ମାନେ ମଧ୍ୟ ବୈଠକରେ ସାମିଲ ହେବେ ବୋଲି ସୂଚନା ମିଳିଛି । ବୈଠକରେ ନିର୍ଦ୍ଦିଷ୍ଟ କେଉଁ ବିଷୟରେ ଆଲୋଚନା ହେବ ସେନେଇ ସୂଚନା ଦିଆଯାଇନାହିଁ । ହେଲେ ଦଳୀୟ ନେତୃବୃନ୍ଦଙ୍କ ସହ ମେଣ୍ଟ ନେଇ ଆଲୋଚନା କରାଯିବା ସହ ଆସନ ଭାଗବଣ୍ଟା ନେଇ ସୂଚନା ଦିଆଯାଇପାରେ ବୋଲି ଅନୁମାନ କରାଯାଉଛି । ଗତ ୬ ତାରିଖରେ ନବୀନ ନିବାସରେ ବିଜେଡି ବରିଷ୍ଠ ନେତାଙ୍କ ବୈଠକ ବସିଥିଲା । ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ନେତାମାନେ ମୁଖ୍ୟମନ୍ତ୍ରୀଙ୍କ ଉପରେ ନିଷ୍ପତି ଛାଡିଥିଲେ । ସେହିଦିନ ଦିଲ୍ଲୀରେ ମଧ୍ୟ ବିଜେପିର କେନ୍ଦ୍ରୀୟ ନେତାଙ୍କ ସହ ରାଜ୍ୟ ନେତାଙ୍କ ବୈଠକ ହୋଇଥିଲା । ଏହାର ୮ ଦିନ ପରେ ମଧ୍ୟ ମେଣ୍ଟ ଚର୍ଚ୍ଚା ଉପରୁ ପରଦା ହଟିପାରିନାହିଁ । ଅନ୍ୟପକ୍ଷରେ ୪ ଦିନ ଧରି ଦିଲ୍ଲୀରେ ଡେରା ପକାଇଥିବା ମନମୋହନ ସାମଲ ବିଜେପିର ଶୀର୍ଷ ନେତୃବୃନ୍ଦଙ୍କ ସହ ଘନ ଘନ ବୈଠକ ପରେ ନିଜ ଟିମ୍‌ ସହ ଆଜି ସକାଳେ ଓଡ଼ିଶା ଫେରିଛନ୍ତି। କିନ୍ତୁ ସେ ସିଧାସଳଖ ମେଣ୍ଟ ସମ୍ପର୍କରେ କିଛି କହି ନାହାନ୍ତି। ମେଣ୍ଟକୁ ନେଇ ମାପିଚୁପି ମତ ରଖୁଛନ୍ତି। ମେଣ୍ଟ ଚର୍ଚ୍ଚା ନେଇ ମନମୋହନ ସାମଲ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ସବୁ ଠିକ୍ ଚାଲିଛି ଆମର ପ୍ରକ୍ରିୟା ଯାହା ହେବା କଥା ଚାଲିଛି । ସବୁ ବିଷୟରେ ବିଚାର ଆଲୋଚନା କରୁଛୁ । ଆମେ ସବୁ ବିଷୟରେ ଆଲୋଚନା କରୁଛୁ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button