ଦେଶ

ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି – Ibnodisha

[ad_1]

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି। ଇଡିର ସମନକୁ ଏଡାଇବା ମାମଲାରେ ଆଜି ତାଙ୍କୁ ଜାମିନ ମିଳିଛି। ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ଜାମିନ ଦେଇଛନ୍ତି। ୧୫ ହଜାର ଟଙ୍କା ମୁଚାଲିକାରେ ଜାମିନ ଦେଇଛନ୍ତି କୋର୍ଟ। ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତି ମାମଲାରେ ପଚରା ଉଚରା ପାଇଁ ଇଡି କେଜ୍ରିୱାଲଙ୍କୁ ବାରମ୍ବାର ସମନ ପଠାଇ ଚାଲିଛି। କ୍ରମାଗତ ଭାବେ ଆଠ ଥର ସମନ ପଠାଇବା ପରେ ମଧ୍ୟ କେଜ୍ରିୱାଲ ଇଡି କାର୍ଯ୍ୟାଳୟରେ ହାଜର ହୋଇନଥିଲେ। ଏହାକୁ ନେଇ ଇଡି ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ବିରୋଧରେ ଦୁଇଟି ଅଭିଯୋଗ ଦାଖଲ କରିଥିଲା। କେଜ୍ରିୱାଲ ଜାଣିଶୁଣି ସମନକୁ ଏଡାଇ ଚାଲିଥିବା ଅଭିଯୋଗ କରିଥିଲା ଇଡି। ଏ ଉପରେ ମହାନଗର ନିଗମ ମାଜିଷ୍ଟ୍ରେଟ କୋର୍ଟ ବିଚାର କରି ମାର୍ଚ୍ଚ ୧୬ରେ କେଜ୍ରିୱାଲଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ କେଜ୍ରିୱାଲ କୋର୍ଟଙ୍କ ନିର୍ଦ୍ଦେଶକୁ ସେସନ୍ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button