ରାଜ୍ୟ

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା  – Ibnodisha

[ad_1]

ନୂଆଦିଲ୍ଲୀ: ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ।
1) ପ୍ରଥମ ପର୍ଯ୍ୟାୟ ଭୋଟି ଏପ୍ରିଲ ୧୯ରୁ ଆରମ୍ଭ ହେବ।
2) ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬
3) ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭
4) ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩
5) ୫ମ ପର୍ଯ୍ୟାୟ ଭୋଟ ମେ’ ୨୦
6) ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫
7) ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ
ଆଜି ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ। ସେହିପରି ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୬ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ। ମୁଖ୍ୟ ନିର୍ବାଚନ କମିଶନ କମିଶନଙ୍କ ଘୋଷଣା ଅନୁଯାୟୀ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ହେବ। ମେ’ ୧୩, ୨୦, ୨୫ ଓ ଜୁନ ୧ରେ ଓଡ଼ିଶାବାସୀ ସମସ୍ତ ୧୪୭ଟି ଆସନ ପାଇଁ ଭୋଟ ଦେବେ। ଜୁନ ୪ରେ ଲୋକସଭା ସହ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button