ଦେଶ

୭ ପର୍ଯ୍ୟାୟରେ ହେବ ଲୋକସଭା ଭୋଟ – Ibnodisha

[ad_1]

ଭୁବନେଶ୍ୱର: ସରିଲା ପ୍ରତୀକ୍ଷା । ବାଜିଲା ୨୦୨୪ ନିର୍ବାଚନ ବିଗୁଲ । ନେତା ଓ ଭୋଟର ଯେଉଁ ତାରିଖକୁ ଦୀର୍ଘଦିନ ହେଲା ଅପେକ୍ଷା କରି ବସିଥିଲେ ତାହା ଏବେ ସାମନାକୁ ଆସିଛି । ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଇସିଆଇ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଆଉ କେବେ ଓ କେତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ତାହା ସ୍ପଷ୍ଟ କରିଛନ୍ତି । ୭ଟି ପର୍ୟ୍ୟାୟରେ ହେବ ୨୦୨୪ ସାଧାରଣ ନିର୍ବାଚନ । ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ୟ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହେଇ ଜୁନ୍ ୧ ତାରିଖରେ ସରିବ ୭ମ ପର୍ୟ୍ୟାୟ ଭୋଟ୍ ଗ୍ରହଣ । ଏହାପରେ ଜୁନ୍ ୪ ତାରିଖରେ ଭୋଟ୍ ଗଣତି କରାଯାଇ, ସେହିଦିନ ହିଁ ରେଜଲ୍ଟ ପ୍ରକାଶ ପାଇବ ।
1) ପ୍ରଥମ ପର୍ଯ୍ୟାୟ ଭୋଟି ଏପ୍ରିଲ ୧୯ରୁ ଆରମ୍ଭ ହେବ।
2) ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬
3) ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭
4) ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩
5) ୫ମ ପର୍ଯ୍ୟାୟ ଭୋଟ ମେ’ ୨୦
6) ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫
7) ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ

 

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button