ରାଜ୍ୟ

ଆସନ୍ତାକାଲି ଶେଷ ହେବ +୨ ପରୀକ୍ଷା – Ibnodisha

[ad_1]

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ +୨ ପରୀକ୍ଷା ଆସନ୍ତାକାଲି ଶେଷ ହେବ । ଶେଷ ଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି । ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ । ଏ ନେଇ ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଥିଲା । ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରାଯିବାର ଯୋଜନା ରହିଛି । ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ ।

ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ । ମାର୍ଚ୍ଚ ୨୨ତାରିଖରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ । ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ହେବ । ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ । କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍‌ଲାଇନରେ ଖାତାଦେଖା ହେବ । ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ । ଚଳିତ ବର୍ଷ ଖାତା ଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ସାମିଲ ହେବେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button