ଦେଶ
ଲୋକ ସଭା ନିର୍ବାଚନ: ପ୍ରଥମ ପର୍ୟ୍ୟାୟ ପାଇଁ ବିଜ୍ଞପ୍ତି ଜାରି – Ibnodisha

[ad_1]
ନୂଆଦିଲ୍ଲୀ : ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନ ୨୦୨୪ ତାରିଖ ଘୋଷଣା କରିବା ପରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥର ସାଧାରଣ ନିର୍ବାଚନ ସାତୋଟି ପର୍ୟ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ପ୍ରଥମ ପର୍ୟ୍ୟାୟ ପାଇଁ ନିର୍ବାଚନ ଆୟୋଗ ଆଜି ବିଜ୍ଞପ୍ତି ଜାରି କରିଛନ୍ତି। ପ୍ରଥମ ପର୍ୟ୍ୟାୟରେ ୨୧ଟି ରାଜ୍ୟରେ ୧୦୨ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ ଏବଂ ଅରୁଣାଚଳ ପ୍ରଦେଶ ସମେତ ୨୧ଟି ରାଜ୍ୟରୁ ପ୍ରାର୍ଥୀମାନେ ଆଜିଠାରୁ ନାମାଙ୍କନ ଦାଖଲ କରିବେ। ପ୍ରଥମ ପର୍ୟ୍ୟାୟରେ ଏପ୍ରିଲ ୧୯ରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟ ଗ୍ରହଣ କରାଯିବାକୁ ଥିବାବେଳେ ଫଳାଫଳ ଜୁନ ୪ରେ ଘୋଷଣା କରାଯିବ।
[ad_2]