ରାଜ୍ୟ

ବିଦ୍ୟୁତ୍‌ ସଂସ୍ପର୍ଶ ଆସି ଜଳିଗଲେ ଯୁବକ – Ibnodisha

[ad_1]

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଉମରକୋଟର ସନ୍ତୋଷୀନଗରରେ ନିଆଁକୁ ଲିଭାଇବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶ ଆସି ଜଳିଗଲେ ଯୁବକ। ଗତକାଲି ବିଳମ୍ବିତ ରାତିରେ ସଟ୍ ସର୍କିଟରେ ହୋଇ ଟିଣ ଘରେ ନିଆଁ ଲାଗିଯାଇଥିଲା। ତେବେ ଯୁବକ ଜଣଙ୍କ ନିଆଁ ଲିଭାଇବାକୁ ଚେଷ୍ଟା କରିବା ବେଳେ ତାଙ୍କ ଦେହରେ ନିଆଁ ଲାଗିଯାଇଥିଲା। ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ବିଦ୍ୟୁତ ବିଭାଗକୁ ଖବର ଦେଇଥିଲେ । ପରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ କରାଯାଇ ଗୁରୁତର ଦୀପକଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଶରୀରର ଅଧିକାଂଶ ଅଂଶ ପୋଡ଼ି ଯାଇଥିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣା ବାବଦରେ ଅଧିକ ତଦନ୍ତ କରୁଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button