ରାଜ୍ୟ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ – Ibnodisha

[ad_1]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ। ଓଡ଼ିଶା ଗସ୍ତ ଅବସରରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ପୂର୍ବତନ କ୍ରିକେଟର ତଥା ଭାରତୀୟ କ୍ରିକେଟ ର ପୂର୍ବତନ ହେଡ୍ କୋଚ୍ ରବି ଶାସ୍ତ୍ରୀ। ରବି ଶାସ୍ତ୍ରୀଙ୍କୁ ଭେଟି ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ଆଲୋଚନା କରିଥିଲେ ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ । ରାଜ୍ୟରେ କ୍ରିକେଟ ଖେଳର ବିକାଶ ନେଇ ରବି ଶାସ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ଓ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଓଡ଼ିଶାରେ କ୍ରୀଡ଼ାର ବିକାଶ ନେଇ ଉନ୍ନତମାନର ଭିତ୍ତିଭୂମି ଗଠନକୁ ଉଚ୍ଚ ପ୍ରଶଂସା କରିଛନ୍ତି ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ।
[ad_2]